ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୁର୍ନୀତି ଅଭିଯୋଗରେ ଗତ ୨ବର୍ଷ ମଧ୍ୟରେ ୪୦ଜଣ ସରକାରୀ କର୍ମଚାରୀଙ୍କୁ ନିଜ ଚାକିରି ହରାଇବାକୁ ପଡ଼ିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ।
ବିଧାୟକ ଭୂପିନ୍ଦର ସିଂଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଗତ ୨୦୨୦ ଓ ୨୦୨୧ ମସିହାରେ ଭିଜିଲାନ୍ସ ବିଭାଗ ଦ୍ୱାରା ମୋଟ ୩୮୯ଟି ଚଢ଼ଉ ହୋଇଛି । ସେଥିରୁ ୨୦୧ଟି କେସ୍ ପୀଡ଼ିତ ବ୍ୟକ୍ତିଙ୍କ ଅଭିଯୋଗ ଆଧାରରେ ହୋଇଥିବାବେଳେ ୧୮୫ଟି କେସ୍ ଭିଜିଲାନ୍ସ ବିଭାଗ ନିଜଆଡ଼ୁ ଦାଖଲ କରି ଚଢ଼ଉ କରିଥିଲା । ଏହା ଭିତରୁ ୪୦ଜଣ ଚାକିରି ହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପୂର୍ବରୁ ଗୃହରେ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ଆଲୋଚନାର ଉତ୍ତର ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଚଳିତବର୍ଷ ଏପର୍ଯ୍ୟନ୍ତ ୨୬୭ଟି ଅପରାଧିକ ମାମଲା ୪୭୫ଜଣଙ୍କ ବିରୁଦ୍ଧରେ ହୋଇଛି । ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ୩୭୩ଟି ତଦନ୍ତ ମାମଲା ଆରମ୍ଭ ହୋଇଛି । ମୋଟ ୨୭୨ଜଣ ଅଭିଯୁକ୍ତଙ୍କୁ ଭିଜିଲାନ୍ସ ଗିରଫ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକା ପୋଡ଼ି ମାମଲାରେ ଦମ୍ପତିଙ୍କ ସମେତ ୩ ଦଣ୍ଡିତ
୨୦୧୭ ମାର୍ଚ୍ଚ ୨୬ ତାରିଖରେ ୩ ଅଭିଯୁକ୍ତ ଯଥା ଚକ୍ରଧର ନାୟକ, ତାଙ୍କ ପତ୍ନୀ ଅନିମା ଓ କେୟାରଟେକର ଚିନ୍ତାମଣି ନାବାଳିକାଙ୍କୁ ଘରେ ପୂରାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।
Miscellaneous
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ଗତ ତିନି ବର୍ଷରେ ୬୬୮ ଜଣଙ୍କୁ ମାରିଛି ହାତୀ, ୫ ବର୍ଷରେ ୨୨ ଜଣଙ୍କୁ ଖାଇଲାଣି କୁମ୍ଭୀର। ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Miscellaneous
ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।
Crime
ରାସ୍ତାରୁ ଟଙ୍କା ଆଦାୟ କରୁଥିଲେ! ARTO ଓ ଜୁନିୟର MVI ଗିରଫ
ଗିରିଶୋଳା ଗେଟ୍ରୁ ଧରାପଡ଼ିଥିବା ୩ ଦଲାଲଙ୍କୁ ପୁଲିସ୍ ଦୀର୍ଘ ସମୟ ଧରି ଜେରା କରିଥିଲା। ହେଲେ ସେମାନେ ବେଶୀ ସମୟ ଧରି ମିଛକୁ ଚାପି ରଖିପାରିନଥିଲେ। ଭୟରେ ସବୁ କଥା କହି ପକାଇଥିଲେ।
Miscellaneous
ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଶେଷ ତାରିଖ
ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବଣ୍ଡାଘାଟିରେ ହିତାଧିକାରୀଙ୍କ ପାଖକୁ ଯାଇ ସମସ୍ୟା ଦୂର କରିବେ ବିଭାଗୀୟ ଅଧିକାରୀ।