କେନ୍ଦୁଝର(ପ୍ରଣୟ ପାଣି): ଗତକାଲି ସନ୍ଧ୍ୟା ବେଳେ ସୁଜି ଖାଇବା ପରେ ଆଜି ସକାଳୁ ଅସୁସ୍ଥ ହୋଇପଡ଼ିଲେ ୪୦ ଛେତ୍ରୀ। ସେମାନଙ୍କର ମୁଣ୍ଡ ବୁଲାଇବା ସହ ଝାଡାବାନ୍ତି ହେଉଥିବା ନେଇ ଛାତ୍ରୀମାନେ କହିଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ କେନ୍ଦୁଝର ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି ।
କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ରାଇସୁଆଁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିବାସରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀ ରହୁଛନ୍ତି ଗତକାଲି ସନ୍ଧ୍ୟା ସମୟରେ ସମସ୍ତ ଛାତ୍ରୀ ହଷ୍ଟେଲ ମେସ୍ରେ ସୁଜି ଖାଇଥିଲେ। ଏହାପରେ ଧୀରେ ଧୀରେ କିଛି ପିଲାଙ୍କ ଦେହ ଖରାପ ହେବାକୁ ଲାଗିଲା । ସକାଳୁ ଏହି ସଂଖ୍ୟା ୪୦ ଉପରେ ପହଞ୍ଚିଲା।
ଏହାଦେଖି ସଙ୍ଗେ ସଙ୍ଗେ ସ୍କୁଲ କର୍ତ୍ତୃପକ୍ଷ ଛାତ୍ରୀମାନଙ୍କୁ ଚିକିତ୍ସା ଲାଗି ତେଲକୋଇ ମେଡିକାଲରେ ଭର୍ତ୍ତି କରିଛନ୍ତି । ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ନିୟନ୍ତ୍ରଣାଧୀନ ଥିବା ଜଣାଯାଇଛି। ଖାଦ୍ୟ କିମ୍ବା ପାଣି ଯୋଗୁଁ ଏପରି ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ବର୍ତ୍ତମାନ ସେମାନଙ୍କ ଅବସ୍ଥା ସ୍ଥିର ରହିଥିବା ନେଇ ଶିକ୍ଷକ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିଯୁକ୍ତଙ୍କ ମୁହଁରେ କଳା ବୋଳିଲେ, ଜୋତା ମାଳ ପକାଇଲେ ନାବାଳିକା
ଗାଁ ଦାଣ୍ଡରେ ଅଭିଯୁକ୍ତ କୁହାଯାଉଥିବା ପ୍ରଶାନ୍ତଙ୍କ ମୁହଁରେ ପୀଡିତା ନାବାଳିକା କାଳା ବୋଳିଥିଲେ। ପରେ ତାଙ୍କ ବେକରେ ଜୋତା ମାଳ ପକାଇ ଥିଲେ। ତା’ପରେ ପ୍ରଶାନ୍ତଙ୍କ ବେକରେ ନାଗରା ଓ ଅଣ୍ଟାରେ ଦୌଡ଼ି ବାନ୍ଧି ଦେଲେ ଗାଁ ଲୋକ। ପରେ ପୂରା ଗାଁ ବୁଲାଇଲେ।
Crime
କନିଷ୍ଠ ଖଣି ଅଧିକାରୀଙ୍କ ପୁଳା ପୁଳା ସମ୍ପତ୍ତି, ଏକାଧିକ ଘର ସହିତ ଠାବ ହୋଇଛି ୧୪ଟି ପ୍ଲଟ୍ ଓ ଫାର୍ମ ହାଉସ୍
ଭୁବନେଶ୍ୱର, କେନ୍ଦୁଝର, ଭବାନୀପାଟଣା ଓ ଯାଜପୁର ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
Crime
ରାଜଧାନୀରେ ୪୦ ହଜାର ଟଙ୍କାରେ ବିକ୍ରି ହେଲା ୪ ବର୍ଷର ଝିଅ; ମଧ୍ୟସ୍ଥି ମାଲାମାଲ୍!
ସଉତୁଣୀ ଝିଅକୁ ଆଡ ଆଖିରେ ଦେଖୁନଥିଲେ ଗୁଡ଼ିଆ। ଯେଉଁଥିପାଇଁ ଅନେକ ସମୟରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ନିଜର ୪ ବର୍ଷର ଝିଅକୁ ଅନାଥାଶ୍ରମରେ ରଖିବାକୁ ନିଷ୍ପତ୍ତି ନେଇଥିଲେ ଶୁବୋଧ।
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।