କୋଣାର୍କ(ସଞ୍ଜୟ ପତି): ମ୍ୟାଟ୍ରିକ୍ ପରୀକ୍ଷା ଦେବାକୁ ବିପଦ ସଙ୍କୁଳ ଅବସ୍ଥାରେ ଡଙ୍ଗାରେ ଯାଇଛନ୍ତି ୪୦ ଛାତ୍ରଛାତ୍ରୀ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଳକ୍ ତାଳଦା ଦ୍ୱୀପାଞ୍ଚଳରେ। ଏଡବାଂଶ ଗାଁ ପଢିଆରୀ ବିଦ୍ୟାପୀଠର ୪୦ଜଣ ଛାତ୍ରଛାତ୍ରୀ ଡଙ୍ଗାରେ ନଦୀ ପାର ହୋଇ ମ୍ୟାଟ୍ରିକ୍ ପରୀକ୍ଷା ଦେବାକୁ ଯାଇଛନ୍ତି।
ସେମାନଙ୍କ ସେଣ୍ଟର ଅସ୍ତରଙ୍ଗ ସୁନ୍ଦର ଗାଁରେ ଥିବା ଏସ୍.ଏନ୍. ବିଦ୍ୟାପୀଠରେ ପଡିଛି। ଗାଁଠାରୁ ସୁନ୍ଦର ଗାଁ ୧୦ କିଲୋମିଟର ଦୂର ହୋଇଥିବାବେଳେ ରାସ୍ତା ନଥିବାରୁ ଛାତ୍ରଛାତ୍ରୀଙ୍କୁ ଡଙ୍ଗାରେ ଦେବୀ ନଦୀରେ ପାର ଯିବାକୁ ପଡୁଥିବା ଅଭିଯୋଗ ହୋଇଛି।
ଗତ ୨୦୧୪ ମସିହାରେ ଏହି ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ବ୍ରିଜ୍ ନିର୍ମାଣ କାମ ସରି ନଥିବାରୁ ଛାତ୍ରଛାତ୍ରୀ ବିପଦ ସଙ୍କୁଳ ଅବସ୍ଥାରେ ପରୀକ୍ଷା ଦେବା ପାଇଁ ଡଙ୍ଗାରେ ଯାତାୟତ କରୁଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।