ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଆଉ ୪୧୨୧ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୯୮୫୯ ଜଣ ଆରୋଗ୍ୟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1306228588971130881?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ଅଛନ୍ତି। ସେହିପରି କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଂଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ୱରରୁ ୧୦୮, ବଲାଙ୍ଗିରରୁ ୧୦୮, ଗଂଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡ଼ାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡ଼ାରୁ ୬୬, ସୁନ୍ଦରଗଡ଼ରୁ ୬୪, ଭଦ୍ରକରୁ ୬୨, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡ଼ରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡ଼ରୁ ୨୪, ନବରଙ୍ଗପୁରରୁ ୨୪ ଓ ମାଲକାନଗିରିରୁ ୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ, ସ୍ୱାକ୍ଷର ହେଲା MOU
ଆଜି ଏମୟୁ ସ୍ୱାକ୍ଷରିତ ହୋଇଥିବା ବେଳେ ଖୁବଶୀଘ୍ର ଏହା ରାଜ୍ୟରେ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେହପରି ରାଜ୍ୟର ପ୍ରାୟ ୩ କୋଟି ଲୋକ ଏହି ଯୋଜନାର ଫାଇଦା ପାଇବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।
Health
ଏମ୍ସର ପୂର୍ବତନ ମୁଖ୍ୟଙ୍କ ବଡ଼ ବୟାନ: HMPV ପାଇଁ କୌଣସି ଆଣ୍ଟିବାୟୋଟିକ୍ସର ଆବଶ୍ୟକ ନାହିଁ
ଏଚଏମପିଭିର ଚିକିତ୍ସା ପାଇଁ କୌଣସି ଆଣ୍ଟିବାୟୋଟିକ୍ସର ଆବଶ୍ୟକ ନାହିଁ। ଲୋକମାନେ ଏହି ଭାଇରସକୁ ମାତ ଦେବା ପାଇଁ ଆବଶ୍ୟକ ମାତ୍ରାର ପାଣି ପିଅନ୍ତୁ ଓ ଅଧିକରୁ ଅଧିକ ପରିମାଣର ପୃଷ୍ଟିକର ଖାଦ୍ୟ ଖାଆନ୍ତୁ।
Health
ରାଜ୍ୟରେ HMPV ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି
ଭାରତ ସରକାରଙ୍କ ଯାହା ଗାଇଡଲାଇନ୍ ଆସିବ ପାଳନ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ।
Health
‘ଓଡ଼ିଶାରେ ଚିହ୍ନଟ ହୋଇନି ଏଚଏମପିଭି ଭାଇରସ୍, ଥଣ୍ଡାକାଶ ଥିଲେ ପରୀକ୍ଷା କରାନ୍ତୁ’
ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି ଯେ, ଏହି ଭାଇରସ୍ ମୁଖ୍ୟତଃ ୧୪ବର୍ଷ ବୟସରୁ କମ୍ ପିଲାଙ୍କୁ ସଂକ୍ରମିତ କରିଥାଏ । ତା’ଛଡ଼ା ଯେଉଁମାନଙ୍କର ରୋଗପ୍ରତିରୋଧକ ଶକ୍ତି କମ୍ ଥାଏ ଯଥା ଗର୍ଭବତୀ, କ୍ୟାନସର,ଆଜମା ଓ ହୃଦରୋଗରେ ପୀଡ଼ିତ ଥାନ୍ତି ସେମାନେ ଏଥିରେ ସଂକ୍ରମିତ ହେବାର ଆଶଙ୍କା ବେଶୀ ।
Health
ଭାରତରେ ପଶିଲା ଚୀନ୍ ଭାଇରସ୍, ଗୋଟିଏ ଦିନରେ ୩ HMPV ମାମଲା ଚିହ୍ନଟ
ଏହି ଭାଇରସ୍ ଶିଶୁଙ୍କୁ ଅଧିକ ପରିମାଣରେ ଆକ୍ରାନ୍ତ କରୁଛି। ଆଜି ଗୋଟିଏ ଦିନରେ ବେଙ୍ଗାଲୁରୁରେ ୨ ଶିଶୁ ଏବଂ ଅହମ୍ମଦାବାଦରେ ଜଣେ ୨ ମାସର ଶିଶୁ HMPV ପଜିଟିଭ୍ ଚିହ୍ନଟ ହୋଇଛନ୍ତି।