୨୨ ଜିଲ୍ଲାରୁ ୪୫୬ ଆକ୍ରାନ୍ତ ଚିହ୍ନଟ; ଗଞ୍ଜାମ ଆଗରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୨ଟି ଜିଲ୍ଲାରୁ ନୂଆ ୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪୭ଟି ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଆକ୍ରାନ୍ତ ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।  ଗଞ୍ଜାମରୁ ୪ କରୋନା ଯୋଦ୍ଧାଙ୍କ ସହ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁର ଜିଲ୍ଲାରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ […]

corona-c2.6

Niharika Rout
  • Published: Monday, 06 July 2020
  • , Updated: 06 July 2020, 11:27 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୨ଟି ଜିଲ୍ଲାରୁ ନୂଆ ୪୫୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪୭ଟି ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କରୋନାରେ ଆକ୍ରାନ୍ତ ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।  ଗଞ୍ଜାମରୁ ୪ କରୋନା ଯୋଦ୍ଧାଙ୍କ ସହ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁର ଜିଲ୍ଲାରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନା ଯୋଗୁ ରାଜ୍ୟରେ ଦିନକୁ ଦିନ ସ୍ଥିତି ବିଗିଡ଼ିବାକୁ ଲାଗିଥିବା ବେଳେ ଏହା ସରକାରଙ୍କ ଚିନ୍ତା ବଢ଼ାଉଛି।

 

୪୫୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଯାଜପୁର ୫୭, ବରଗଡ଼ରୁ ୩୩, ନବରଙ୍ଗପୁରରୁ ୨୪, ଜଗତସିଂହପୁରରୁ ୨୩ ଓ ରାୟଗଡ଼ାରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଖୋର୍ଦ୍ଧାରୁ ୨୧, ବାଲେଶ୍ୱରରୁ ୧୪, କଟକରୁ ୧୩, ଭଦ୍ରକରୁ ୧୨, କୋରାପୁଟରୁ ୧୦, ବଲାଙ୍ଗିରରୁ ୬, ମୟୂରଭଞ୍ଜରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡ଼ାରୁ ୫, ନୟାଗଡ଼ରୁ ୪, ପୁରୀ, କନ୍ଧମାଳରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। କେନ୍ଦୁଝରରୁ ୨, ଅନୁଗୋଳ, ଢେଙ୍କାନାଳ, ଗଜପତି, କଳାହାଣ୍ଡିରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୯୫୨୬ରେ ପହଞ୍ଚିଥିବା ବେଳେ ୬୨୨୪ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ଏବେ ୩୨୫୪ ଆକ୍ଟିଭ କେସ୍‌ ରହିଛି।

Related story