Advertisment

ରାଜ୍ୟରେ ଚିହ୍ନଟ ହେଲେ ୪୫୭ ଆକ୍ରାନ୍ତ, ୭୩ କେବଳ ଛୁଆ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୩ ଜଣ ଅଛନ୍ତି। ୪୫୭ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୯୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବାଦ ଅନୁଗୋଳ ଜିଲ୍ଲାରୁ ୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ୧୦, ବଲାଙ୍ଗିରରୁ ୧, କଟକରୁ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ରାଜ୍ୟରେ ଚିହ୍ନଟ ହେଲେ ୪୫୭ ଆକ୍ରାନ୍ତ, ୭୩ କେବଳ ଛୁଆ

corona-14

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୩ ଜଣ ଅଛନ୍ତି। ୪୫୭ ପଜିଟିଭଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୯୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ଏହାବାଦ ଅନୁଗୋଳ ଜିଲ୍ଲାରୁ ୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ୧୦, ବଲାଙ୍ଗିରରୁ ୧, କଟକରୁ ୪୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧, ଗଜପତିରୁ ୩, ଗଂଜାମରୁ ୮, ଜଗତସିଂହପୁରରୁ ୧୦, ଯାଜପୁରରୁ୧୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡି଼ରୁ ୧, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୩, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୂରଭଂଜରୁ ୧୯, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୪,  ପୁରୀରୁ ୭, ରାୟଗଡ଼ାରୁ ୭, ସମ୍ବଲପୁରରୁ ୩, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ୍‌ ପୁଲ୍‌ରୁ ୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮କୁ ବୃଦ୍ଧି ପାଇଛି।  ସେମାନଙ୍କ ମଧ୍ୟରୁ ୧୦,୦୩୬୦୩ ସୁସ୍ଥ ହୋଇ ସାରିଥିବା ବେଳେ ୫,୯୪୮ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାରେ ୮,୧୧୪ଜଣଙ୍କ ମୃତ୍ୟୁ ଘଟିଛି। ଏହି ୬ କରୋନା ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩,  କଟକରୁ ୨ ଓ ଯାଜପୁରରୁ ଜଣେ ଲେଖାଏଁ ଅଛନ୍ତି।