Advertisment

ରାଜ୍ୟରେ ୫ ହଜାର ମୁହାଁ ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରେ ୮୦୦ରୁ ଅଧିକ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ୫ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪,୭୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଦିନ ଠାରୁ କେବେ ବି ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ। ସେହିପରି ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। […]

author-image
Jitendra Garnayak
ଅଦ୍ୟତନ ହୋଇଛି
‘ଆବଶ୍ୟକ ନ ଥିଲେ ହସ୍ପିଟାଲ ଯାଅନି, ଘରେ ରୁହ, ମନୋବଳ ଦୃଢ଼ କର’

Corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ୫ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪,୭୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଦିନ ଠାରୁ କେବେ ବି ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ। ସେହିପରି ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Advertisment

୪,୭୬୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୭୮୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୯୭୬ଟି ହେଉଛି ଲୋକାଲ୍ କେସ୍।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଓ ନୂଆପଡ଼ାରୁ ୫୩୪ ଜଣ ଚିହ୍ନଟ ହୋଇଛନ୍ତି।

Advertisment

ବଲାଙ୍ଗିର ଜିଲ୍ଲାରୁ ୩୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୨୩୪, ବରଗଡ଼ରୁ ୧୯୮, ପୁରୀରୁ ୧୯୩, ସମ୍ବଲପୁରରୁ ୧୮୩, କଟକରୁ ୧୭୬, କଳାହାଣ୍ଡିରୁ ୧୬୭, ନବରଙ୍ଗପୁରରୁ ୧୫୪ ଓ କେନ୍ଦୁଝରରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮୪, ଭଦ୍ରକ୬୩, ବୌଦ୍ଧରୁ ୨୩, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୬, ଗଜପତିରୁ ୩୧, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୨୨, ଯାଜପୁରରୁ ୮୬, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୫୦, କୋରାପୁଟରୁ ୩୧, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୮୬, ନୟାଗଡ଼ରୁ ୬୩, ରାୟଗଡ଼ାରୁ ୬୦ ଓ ସୋନପୁରରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୬୦୦ ଜଣ ଚିହ୍ନଟ ହୋଇଛନ୍ତି।

୪,୭୬୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୭,୪୬୪ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୪୭,୬୩୭ ଜଣ ସୁସ୍ଥ ହୋଇସାରିଛନ୍ତି। ୨୭,୮୨୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୫ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୩ରେ ପହଞ୍ଚି ଯାଇଛି।

Corona Cases In Odisha