୩୨୧୮ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫.୪୧ଲକ୍ଷ ଛାତ୍ରଛାତ୍ରୀ

ଚଳିତବର୍ଷ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

representational image

  • Published: Saturday, 04 March 2023
  • , Updated: 04 March 2023, 10:42 PM IST

ଆସନ୍ତା ୧୦ତାରିଖରୁ ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ସମେଟିଭ ଆସେସମେଂଟ ପରୀକ୍ଷା ଆରମ୍ଭ ହୋଇ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ । ଚଳିତବର୍ଷ ରାଜ୍ୟର ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୪୧ହଜାର ୨୪୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିରେ ହାଇସ୍କୁଲ, ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମାର ପିଲାମାନେ ମଧ୍ୟ ସାମିଲ ଅଛନ୍ତି ।

ଆଜି ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ମାଟ୍ରିକ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା ବୈଠକ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସମସ୍ତ ଜିଲ୍ଲାପାଳ, ଏସପି, ଜିଳ୍ଲା ଶିକ୍ଷା ଅଧିକାରୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ତ୍ରୁଟିଶୂନ୍ୟ ମାଟ୍ରିକ ପରୀକ୍ଷା ପରିଚାଳନା କରିବା ଉପରେ ମୁଖ୍ୟ ସଚିବ ଗୁରୁତ୍ୱ ଦେଇଛନ୍ତି । ସମସ୍ତ ପରୀକ୍ଷା କେନ୍ଦ୍ରରେ ଆବଶ୍ୟକ ସଂଖ୍ୟକ ପର୍ଯ୍ୟବେକ୍ଷକ ଓ ଫ୍ଲାଇଙ୍ଗ ସ୍କ୍ୱାର୍ଡ ମୁତୟନ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ରହୁଥିବା ଷ୍ଟ୍ରଙ୍ଗ ରୁମରେ ୨୪ଘଣ୍ଟିଆ ନିରାପତ୍ତା, ପରୀକ୍ଷା କେନ୍ଦ୍ରରେ ସୁରକ୍ଷାକର୍ମୀ ମୁତୟନ, ପିଇବା ପାଣି ଓ ବିଦ୍ୟୁତର ବ୍ୟବସ୍ଥା ସହ ପରୀକ୍ଷା ପରିଚାଳନାରେ ବାଧା ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀ ଜେନା ନିର୍ଦ୍ଦେଶ ଦେଇଛନ୍ତି ।

ଆଜିଠୁ ପ୍ରଶ୍ନପତ୍ରଗୁଡ଼ିକ ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୈଠକରେ ସୂଚନା ଦିଆଯାଇଥିଲା । ପରୀକ୍ଷା ନିମନ୍ତେ କନ୍ଧମାଳରେ ୭ଟି, କୋରାପୁଟରେ ୫ଟି ଓ ମାଲକାନଗିରିରେ ୧୦ଟି ପୁଲିସ ଷ୍ଟେସନକୁ ମିଶାଇ ମୋଟ ୨୨ଟି ପୁଲିସ ଷ୍ଟେସନ ସମେତ ୩୧୬ଟି ନୋଡାଲ ସେଂଟର କରାଯାଇଛି । ପରୀକ୍ଷା ଶେଷ ହେବା ପରେ ୫୬ଟି ପରୀକ୍ଷା କେନ୍ଦ୍ରରେ ଖାତା ଦେଖା ଆରମ୍ଭ କରାଯିବ ବୋଲି ଜଣାପଡ଼ିଛି ।

Related story