Advertisment

ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ, ଲୁଟି ଥିଲେ ୩୦ ଲକ୍ଷ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ ହୋଇଛନ୍ତି। ଭରତପୁର ଥାନା ପୁଲିସ୍ ସହାୟତାରେ ହାଇଦ୍ରାବାଦ ପୁଲିସ୍ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ଆଦିତ୍ୟ ନାରାୟଣ ମହାପାତ୍ର, ଲକ୍ଷ୍ମୀଧର ମୁର୍ମୁ, ପ୍ରମୋଦ ନାୟକ, ସୌମ୍ୟରଂଜନ ପଟ୍ଟନାୟକ ଓ ଦେବାଶିଷ ଓଝା। ସେମାନଙ୍କ ମଧ୍ୟରୁ ୩ ଜଣ ଘାଟିକିଆର ହୋଇଥିବା ବେଳେ ୨ ଜଣ ବରମୁଣ୍ଡାର ବୋଲି ସୂଚନା ମିଳିଛି। ଏହି ଅଭିଯୁକ୍ତମାନେ ଦୁଇଟି ଏକାଉଣ୍ଟରୁ ୧୫ ଲକ୍ଷ ଲେଖାଏଁ ଅର୍ଥାତ୍ ମୋଟ […]

ଅଦ୍ୟତନ ହୋଇଛି
ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ, ଲୁଟି ଥିଲେ ୩୦ ଲକ୍ଷ

Cyber-loot

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୫ ସାଇବର ଠକ ଗିରଫ ହୋଇଛନ୍ତି। ଭରତପୁର ଥାନା ପୁଲିସ୍ ସହାୟତାରେ ହାଇଦ୍ରାବାଦ ପୁଲିସ୍ ସେମାନଙ୍କୁ ଗିରଫ କରିଛି।

Advertisment

ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ଆଦିତ୍ୟ ନାରାୟଣ ମହାପାତ୍ର, ଲକ୍ଷ୍ମୀଧର ମୁର୍ମୁ, ପ୍ରମୋଦ ନାୟକ, ସୌମ୍ୟରଂଜନ ପଟ୍ଟନାୟକ ଓ ଦେବାଶିଷ ଓଝା। ସେମାନଙ୍କ ମଧ୍ୟରୁ ୩ ଜଣ ଘାଟିକିଆର ହୋଇଥିବା ବେଳେ ୨ ଜଣ ବରମୁଣ୍ଡାର ବୋଲି ସୂଚନା ମିଳିଛି।

ଏହି ଅଭିଯୁକ୍ତମାନେ ଦୁଇଟି ଏକାଉଣ୍ଟରୁ ୧୫ ଲକ୍ଷ ଲେଖାଏଁ ଅର୍ଥାତ୍ ମୋଟ ୩୦ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ସେମାନଙ୍କ ବିରୋଧରେ ଆଇପିସିର ଧାରା ୪୧୯ ଓ ୪୨୯ ଏବଂ ଆଇଟି ଆକ୍ଟ ୬୬-ସିରେ ମାମଲା ରୁଜୁ ହୋଇଛି। ସେମାନଙ୍କ ଠାରୁ ୫ଟି ମୋବାଇ ଜବତ କରାଯାଇଛି।

Advertisment

ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ପୁଲିସ୍ ଆଜି ଏଠାରେ କୋର୍ଟରେ ହାଜର କରାଇବା ପରେ ଟ୍ରାଞ୍ଜିଟ୍ ରିମାଣ୍ଡରେ ନେବ ବୋଲି ଜଣାପଡ଼ିଛି।

Online Fraud Bhubaneswar News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe