ବରଗଡ଼(ଦୀପକ ଶର୍ମା ) ବରଗଡ଼ ଜିଲ୍ଲା ସୋହେଲାର କୁମ୍ଭାରବନ୍ଧପଡ଼ାରେ ମଦ ପିଇବାକୁ ଯାଇ ହତ୍ୟା ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୁଲିସ୍ । ଗିରଫ ଅଭିଯୁକ୍ତମାନେ ହେଲେ ସେହି ଗାଁର ସୁମନ୍ତ ସୁନା, ନରେଶ ପୋଢ଼, ସଞ୍ଜୀବ କୁମ୍ଭାର, ସନୟ କୁମ୍ଭାର ଓ ଅନ୍ୟଜଣେ ନାବାଳକ । ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି ପୁଲିସ୍।
ଗତ ୮ ତାରିଖ ରାତିରେ ଦଶହରା ଅବସରରେ ରାବଣ ପୋଡ଼ି ଚାଲିଥିବାବେଳେ ଛତିଶଗଡ଼ ସରାଇପାଲି ଥାନା ବାଲସି ଗାଁର ସଂଜୀବ ପ୍ରଧାନ ଏବଂ ବରଗଡ଼ ଜିଲ୍ଲା ବାଦିପାଲିର ପ୍ରଦୀପ ତରାଇ, କ୍ଷୀରୋଦ ଭୋଇ, ଡାକ୍ତର ଭୋଇ, ବିଦ୍ୟାଧର ତରାଇ ସାଙ୍ଗ ହୋଇ କୁମ୍ଭାରବନ୍ଧପଡ଼ାକୁ ମଦ ପିଇବାକୁ ଯାଇଥିଲେ ।
ଦେଶୀ ମଦ କିଣିବା ପରେ ଟଙ୍କା ଦେବାକୁ ନେଇ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏହି ଝଗଡ଼ା କ୍ରମଶଃ ଉଗ୍ରରୂପ ଧାରଣ କରିବାରୁ କୁମ୍ଭାରବନ୍ଧପଡ଼ାରୁ ଗିରଫ ଯୁବକମାନେ ସଞ୍ଜୀବଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସଞ୍ଜୀବଙ୍କର ମୃତ୍ୟୁ ହୋଇଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।