singapore corona
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ପାଇଁ ଆସିଛି ଖୁସି ଖବର। ଆଉ ୫ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିବେ। ଆଜି ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡିର, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ଓଡ଼ିଶାରେ ‘କରୋନା’ରେଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୪୯ ଜଣ ବିଭିନ୍ନ କୋଭିଡ୍ ମେଡିକାଲ୍ରେ ଚିକିତ୍ସିତ ହେଉଛନ୍ତି। ତେବେ ପଶ୍ଚିମବଙ୍ଗରୁ ଫେରୁଥିବା ଶ୍ରମିକମାନେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ଗତ ଦୁଇ ଦିନରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଭିତରୁ ଅଧିକାଂଶ ପଶ୍ଚିମଙ୍ଗବରୁ ଫେରିଥିବା ସ୍ପଷ୍ଟ ହୋଇଛି। ଯାହାକୁ ନେଇ ରାଜ୍ୟ ସରକାର ତତ୍ପର ହୋଇଛି। ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କୁ କ୍ୱାରେଣ୍ଟାଇନ୍ରେ ରହିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର।
ସେପଟେ ଭଦ୍ରକ, ବାଲେଶ୍ୱର ଓ ଯାଜପୁରରେ ‘କରୋନା’ରେ ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବୃଦ୍ଧି ପାଉଥିବାରୁ ପରିସ୍ଥିତିର ଅନୁଧ୍ୟାନ ପାଇଁ ୩ଟି ଷ୍ଟେଟ୍ ରାପିଡ ରେସପନ୍ସ ଟିମ୍ ଗଠିତ କରାଯାଇଛି। ଏହି ତିନିଟି ଟିମ୍ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଗସ୍ତରେ ଯିବେ। ଏସ୍ସିବି ମେଡିକାଲ କଲେଜର ଟେକ୍ନିକାଲ ଟିମ୍ ଯାଜପୁର ଜିଲ୍ଲା ଗସ୍ତ କରିବେ। ଫକୀର ମୋହନ ମେଡିକାଲ କଲେଜର ଟେକନିକାଲ ଟିମ୍ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ଯିବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/04/singapore.jpg)