୫ ଦିନିଆ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମାବାର ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ସ୍ୱତନ୍ତ୍ର ସୁରକ୍ଷାବଳୟରେ ନବୀନ ନିବାସକୁ ଯାଇଛନ୍ତି। ସୂଚନାଯୋଗ୍ୟ ଯେ, ଗୁରୁବାର ରାଜ୍ୟ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିବା ପରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ। ୫ ଦିନିଆ ଦିଲ୍ଲୀ ଗସ୍ତ ଯାଇଥିବା ମୁଖ୍ୟମନ୍ତ୍ରୀ ଶୁକ୍ରବାର କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।