ଉଦଳା(ମାନସ ପାଣି): ଗତରାତିରେ ମୟୂରଭଞ୍ଜ ଜିଲ୍ଲା ଉଦଳା ବୃନ୍ଦାଗଡି ଛକଠାରେ ଘଟିଛି ମର୍ମନ୍ତୁଦ ବସ୍ ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ସହ ବାଇକ୍ ଧକ୍କା ହେବାରୁ ୫ ଜଣ ଗୁରୁତର ହୋଇଛନ୍ତି।
‘ସାଇ ଶଙ୍କର’ ନାମକ ଯାତ୍ରୀବାହୀ ବସ୍ ଗତ ରାତିରେ ସାରଶକଣାରୁ ଉଦଳା ଦେଇ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ବୃନ୍ଦାଗଡି ଛକଠାରେ ବସ୍ଟି ଏକ ବାଇକ୍କୁ ଧକ୍କା ଦେଇ ଏକ ଦୋକାନରେ ପିଟି ହୋଇଥଲା । ଫଳରେ ବସ୍ ଡ୍ରାଇଭର, ୩ ଯାତ୍ରୀ ଓ ବାଇକ୍ ଚାଳକ ବୃନ୍ଦାଗଡି ଅଞ୍ଚଳର ଲକ୍ଷ୍ମଣ ହେମ୍ବ୍ରମ ଗୁରୁତର ହୋଇଛନ୍ତି। ଅନ୍ୟ ସମସ୍ତ ଆହତ ସାରସକଣା ଅଞ୍ଚଳର ବୋଲି ଜଣାଯାଇଛି।
ଖବର ପାଇ ସ୍ଥାନୀୟ ଲୋକେ ଓ ପୁଲିସ୍ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଲକ୍ଷ୍ମଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଗାଡ଼ି ୨ଟିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ହିନ୍ଦି ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।
Miscellaneous
ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର
ପ୍ରତ୍ୟେକ ଗାଁରେ ସର୍ଭେ କରିବେ ନିର୍ଦ୍ଦିଷ୍ଟ ବ୍ଲକ କର୍ମଚାରୀ। ଗ୍ରାମସଭା ଡାକି ସମସ୍ତ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ଅନୁମୋଦନ କରାଯିବ।
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।