ଜଳେଶ୍ୱର(ଅଜିତ ଦାସ): ଦିଘାରୁ ବୁଲାବୁଲି କରି ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା। ଏକ ଅଜଣା ଗାଡ଼ି ପିଟି ଦେବାରୁ କାର୍ରେ ଥିବା ୫ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ଦୁର୍ଘଟଣା ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଧୀନ ସାତଶୁଳିଆ ଛକ ନିକଟରେ ଘଟିଛି।
ପ୍ରତ୍ୟକ୍ଷଦର୍ଶୀଙ୍କଠାରୁ ମିଳିଥିବା ସୂଚନା ଅନୁୟୀ, ୫ ଗୁରୁତରଙ୍କ ମଧ୍ୟରେ ଜଣେ ଜଳେଶ୍ୱରର ଥିବା ବେଳେ ୩ ଜଣ ଭୁବନେଶ୍ୱର ଓ ଜଣେ ବାଲେଶ୍ୱର ଅଞ୍ଚଳର। ସେମାନେ ଏକ କାର୍ ଯୋଗେ ଦିଘା ବୁଲିବାକୁ ଯାଇଥିଲେ। ସେଠାରୁ ଗତକାଲି ଫେରୁଥିବା ବେଳେ ସାତଶୁଳିଆ ଛକ ନିକଟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ହୋଇଛି ଯେ, କାର୍ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଛି।
ରାତିରେ ପ୍ରଚଣ୍ଡ ଶବ୍ଦ ଶୁଣି ନିକଟସ୍ଥ ଲୋକ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ସେମାନେ ଆମ୍ବୁଲାନ୍ସ ଡାକି ଗୁରୁତରଙ୍କୁ ଜଳେଶ୍ୱର ଡାକ୍ତରଖାନା ପଠାଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ ଦୁର୍ଘଟଣା ଘଟାଇଥିବା ଗାଡ଼ି ସମ୍ପର୍କରେ କିଛି ପତ୍ତା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।