ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ମହିମୁଣ୍ଡା ଗାଁର ଦୁଇ ପରିବାର ଭିତରେ ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା ଗତକାଲି ସଂଘର୍ଷରେ ପରିଣତ ହୋଇଥିଲା। ଏଥିରେ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି।
ଗତକାଲି ବିଳମ୍ବିତ ରାତିରେ ସାମାନ୍ୟ ବଚସାରୁ ମୁକ୍ତେଶ୍ୱର ଗଡ଼ତିଆ ଓ ସମାରୁ ପଧାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟରେ ମାର୍ପିଟ୍ ହୋଇଥିଲା। ଠେଙ୍ଗାରେ ଵାଡ଼ାବାଡ଼ି ହୋଇ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଭିତରୁ ମୁକ୍ତେଶ୍ୱର ଗଡ଼ତିଆ ଓ ସଦାଶିବ ପଧାନଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଉଭୟ ଗୋଷ୍ଠୀର ଆଉ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ତ୍ରିପୁର ପଧାନ ନାମ୍ନୀ ମହିଳା ଅଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଆହତମାନଙ୍କୁ ଛାଡ଼ି ଦିଆଯାଇଥିବା ଜଣାଯାଇଛି। ପୁଇଁନ୍ତଲା ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।