କଟକ(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରେ ଆରମ୍ଭ ହେଉଥିବା ବେଳେ ଏହା ମାର୍ଚ୍ଚ ୨ ତାରିଖ ଯାଏ ଚାଲିବ। ଏଥର ୫ ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରଛାତ୍ରୀ ୨, ୮୮୮ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୭ଟି ନୋଡାଲ ସେଣ୍ଟର କରାଯାଇଛି। ୨୨ଟି ପୁଲିସ୍ ଷ୍ଟେସନକୁ ମଧ୍ୟ ନୋଡାଲ ସେଣ୍ଟର କରିବାକୁ ନିଷ୍ପତ୍ତି ହୋଇଛି।
ସମ୍ବେଦନଶୀଳ ୧ ହଜାର କେନ୍ଦ୍ରରେ ସିସିଟିଭି ଲଗାଇବା କାର୍ଯ୍ୟ ଜାରି ରହିଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ନୋଡାଲ ସେଣ୍ଟରଗୁଡ଼ିକରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।
ଏବେ ପ୍ରଶ୍ନପତ୍ର ଛପା ଓ ପ୍ୟାକିଂ କାର୍ଯ୍ୟ ଚାଲିଛି। ଆସନ୍ତା ୮ ତାରିଖରେ OMR ଉପସ୍ଥାନ ସିଟ୍ ଓ ଆଡମିଟ୍ କାର୍ଡ ସ୍କୁଲକୁ ପଠାଯିବ। ତେବେ ଏହାର ପୂର୍ବଦିନ ଅର୍ଥାତ୍ ୭ରେ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ ହେବ। ପରୀକ୍ଷା ସୁପରିଚାଳନା ପାଇଁ ପୁଲିସ୍ ଡିଜି, RDC, ସମସ୍ତ ଜିଲ୍ଲାପାଳ ଓ ସମସ୍ତ ଏସ୍ପିଙ୍କ ସହାୟତା ମାଗିଛି ବୋର୍ଡ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।