ବ୍ରହ୍ମପୁର(ଜଗନ୍ନାଥ ସାହୁ): ପିଲାମାନେ ପାଠ ପଢ଼ିବା ପାଇଁ ସ୍କୁଲ ଯାଉଛନ୍ତି। ସେମାନଙ୍କୁ ପାଠ ପଢ଼ାଉଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ। ପ୍ରକୃତରେ ଯେଉଁ ସାର୍ମାନେ ପଢ଼ାଉଛନ୍ତି, ସେମାନେ ଅସଲି ନା ନକଲି। ତାହା ଏବେ ଚିନ୍ତା କାରଣ ହୋଇଛି। ଏପରି କହିବାର କାରଣ ହେଉଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜ ଜିଲ୍ଲା ଗଞ୍ଜାମରୁ ଆଜି ଧରାପଡ଼ିଛନ୍ତି ୫ ଜଣ ନକଲି ଶିକ୍ଷକ। ଏହା ପୂର୍ବରୁ ଏହି ଜିଲ୍ଲାରେ ୧୬ ଜଣ ନକଲି ଶିକ୍ଷକଙ୍କ ନାଁରେ ମଧ୍ୟ ଥାନାରେ ଏତଲା ଦିଆଯାଇଛି।
ନକଲି ଶିକ୍ଷକମାନେ ହେଲେ ବେଗୁନିଆପଡ଼ା ବ୍ଲକ ଅଞ୍ଚଳର ସୁଜାତା ପଣ୍ଡା ଓ ପରମାନନ୍ଦ ସାହୁ, ଶେରଗଡ଼ ବ୍ଲକ ଅଞ୍ଚଳର ସଞ୍ଜୟ କୁମାର ଖଟୁଆ ଓ ଭଗବାନ ମହାନ୍ତି ଏବଂ କବିସୂର୍ଯ୍ୟନଗର ବ୍ଲକର ଭିକାରୀ ଚରଣ ସାହୁ। ଏମାନେ ଜାଲ୍ ସିଟି ସାର୍ଟିଫିକେଟ୍ ଦେଇ ଚାକିରି କରୁଛନ୍ତି। ସାର୍ଟିଫିକେଟ୍ ଯାଞ୍ଚ ବେଳେ ଏମାନେ ନକଲି ଶିକ୍ଷକ ବୋଲି ଜଣାପଡ଼ିଥିଲା। ଏବେ ସେମାନଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ବିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ। ପୂର୍ବରୁ ଏହି ଜିଲ୍ଲାରେ ୧୬ ଜଣ ନକଲି ଶିକ୍ଷକଙ୍କ ନାଁରେ ଏତଲା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।