କୋରାପୁଟ (ଓଡ଼ିଶା ରିପୋର୍ଟର): କୋରାପୁଟରେ ଏନ୍କାଉଣ୍ଟର। ଆନ୍ଧ୍ରପ୍ରଦେଶ ସୀମା ପାଡ଼ୁଆ ଥାନା କିଟୁଆକାନ୍ତି ଜଙ୍ଗଲରେ ହୋଇଛି ଏହି ଏନ୍କାଉଣ୍ଟର। ଏଥିରେ ୫ ଜଣ ନକ୍ସଲ ନିହତ ହୋଇଛନ୍ତି। ମୃତ ନକ୍ସଲଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି।
କିଟୁଆକାନ୍ତି ଜଙ୍ଗଲରେ ନକ୍ସଲଙ୍କ ଉପସ୍ଥିତି ନେଇ ଖବର ପାଇବା ପରେ ଡିଭିଏଫ୍ ଓ ଏସ୍ଓଜି ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ କରାଯାଇଥିଲା। ଏହି ସମୟରେ ନକ୍ସଲମାନେ ସେମାନଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଯବାନମାନେ ଏହାର କଡ଼ା ଜବାବ ଦେଇଥିଲେ। ଫଳରେ ଉଭୟ ପକ୍ଷ ମଧ୍ୟରେ ବହୁ ସମୟ ଧରି ଗୁଳିବିନିମୟ ହୋଇଥିଲା। ଏଥିରେ ୫ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ପରେ ନକ୍ସଲମାନେ ସେଠାରୁ ଛତ୍ର ଭଙ୍ଗ ଦେଇ ପଳାଇ ଯାଇଥିଲେ।
ଯବାନମାନେ ଉକ୍ତ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା କୋରାପୁଟ ଏସ୍ପି କନୱର ବିଶାଲ ସିଂହ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।