ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): କର୍ତ୍ତବ୍ୟରେ ଅନିୟମିତତା ଓ ଅହେତୁକ ଅନୁକମ୍ପା ପ୍ରଦର୍ଶନ ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ମାଲକାନଗିରି ଜିଲ୍ଲାର ୫ ପୁଲିସ୍ କର୍ମଚାରୀ । ଏହି କର୍ମଚାରୀମାନେ କୁଡୁମୁଲୁଗୁମ୍ମାସ୍ଥିତ ପୁଲିସ୍ ଫାଣ୍ଡିରେ କାର୍ଯ୍ୟରତ ଥିଲେ। ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମାଲକାନଗିରି ଜିଲ୍ଲା ଆରକ୍ଷୀ ଅଧିକ୍ଷକ । ନିଲମ୍ବିତ ହୋଇଥିବା ୫ ପୁଲିସ୍ କର୍ମଚାରୀଙ୍କ ମଧ୍ୟରେ ASI କମଳ ଲୋଚନ ନାୟକ ଓ ଅନ୍ୟ ୪ ଜଣ କନଷ୍ଟେବଳ ଅଛନ୍ତି।
ବିଶ୍ୱସ୍ତ ସୂତରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ୫ ପୁଲିସ୍ ଗତ ବୁଧବାର ଏକ ଗଞ୍ଜେଇ ବୋଝେଇ ଗାଡ଼ି ଧରିଥିଲେ। ମାତ୍ର ଗାଡ଼ିଟିକୁ ଛାଡ଼ି ଦେବାକୁ ମୁଲଚାଲ କରୁଥିଲେ। ଏପରିକି ଗାଡ଼ିରେ ଥିବା ବ୍ୟକ୍ତିଙ୍କୁ ଧରି ଟଙ୍କା ଉଠାଇବାକୁ ଏଟିଏମ୍କୁ ଯାଇଥିଲେ। ଖବର ପାଇ ଏସଡିପିଓ ପହଞ୍ଚି ଗଞ୍ଜେଇ ବୋଝେଇ ଗାଡ଼ିଟିକୁ ଜବତ କରିଥିଲେ।
ଏହାପରେ ଗତକାଲି ମାଲକାନଗିରି ଏସ୍ପି ଏହି ୫ ପୁଲିସ୍ କର୍ମଚାରୀଙ୍କ ନିଲମ୍ବନ ଆଦେଶ ଦେଇଛନ୍ତି। ତେବେ ନିଲମ୍ବନ ପଛର କାରଣ କ’ଣ ସେ ସମ୍ପର୍କରେ ଅଫିସିଆଲି କିଛି କୁହାଯାଇନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିଯୁକ୍ତଙ୍କ ମୁହଁରେ କଳା ବୋଳିଲେ, ଜୋତା ମାଳ ପକାଇଲେ ନାବାଳିକା
ଗାଁ ଦାଣ୍ଡରେ ଅଭିଯୁକ୍ତ କୁହାଯାଉଥିବା ପ୍ରଶାନ୍ତଙ୍କ ମୁହଁରେ ପୀଡିତା ନାବାଳିକା କାଳା ବୋଳିଥିଲେ। ପରେ ତାଙ୍କ ବେକରେ ଜୋତା ମାଳ ପକାଇ ଥିଲେ। ତା’ପରେ ପ୍ରଶାନ୍ତଙ୍କ ବେକରେ ନାଗରା ଓ ଅଣ୍ଟାରେ ଦୌଡ଼ି ବାନ୍ଧି ଦେଲେ ଗାଁ ଲୋକ। ପରେ ପୂରା ଗାଁ ବୁଲାଇଲେ।
Crime
କନିଷ୍ଠ ଖଣି ଅଧିକାରୀଙ୍କ ପୁଳା ପୁଳା ସମ୍ପତ୍ତି, ଏକାଧିକ ଘର ସହିତ ଠାବ ହୋଇଛି ୧୪ଟି ପ୍ଲଟ୍ ଓ ଫାର୍ମ ହାଉସ୍
ଭୁବନେଶ୍ୱର, କେନ୍ଦୁଝର, ଭବାନୀପାଟଣା ଓ ଯାଜପୁର ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
Crime
ରାଜଧାନୀରେ ୪୦ ହଜାର ଟଙ୍କାରେ ବିକ୍ରି ହେଲା ୪ ବର୍ଷର ଝିଅ; ମଧ୍ୟସ୍ଥି ମାଲାମାଲ୍!
ସଉତୁଣୀ ଝିଅକୁ ଆଡ ଆଖିରେ ଦେଖୁନଥିଲେ ଗୁଡ଼ିଆ। ଯେଉଁଥିପାଇଁ ଅନେକ ସମୟରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ନିଜର ୪ ବର୍ଷର ଝିଅକୁ ଅନାଥାଶ୍ରମରେ ରଖିବାକୁ ନିଷ୍ପତ୍ତି ନେଇଥିଲେ ଶୁବୋଧ।
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।