ଭଦ୍ରକ(ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ଚରମ୍ପା କେନାଲ ଛକ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ ୩ ଜଣ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି । ତେବେ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଗୁରୁତର ଥିବା ସମସ୍ତଙ୍କ ଘର ବାଲେଶ୍ୱର ଜିଲ୍ଲା ଡୁଙ୍ଗୁରା ଅଞ୍ଚଳରେ।
ଆଜି ସକାଳେ ଡୁଙ୍ଗୁରା ଅଞ୍ଚଳର ୫ ଜଣ ଏକ ଅଟୋରେ ଭଦ୍ରକ ଆସୁଥିଲେ । ଏହି ସମୟରେ ଚରମ୍ପା କେନାଲ ଛକ ନିକଟରେ ରାଜପଥରୁ ତଳ ରାସ୍ତାକୁ ଖସୁଥିବା ବେଳେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ଭଦ୍ରକ ଅଗ୍ନିଶମ ବାହିନୀ କର୍ମଚାରୀ ଗୁରୁତରଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।