ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଜଙ୍ଗଲ ପାଡୁ ଗାଁର ୫ ଜଣ ବାଳକ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି। ସେମାନେ ହେଲେ କାହ୍ନା ନାୟକ, ବିକ୍ରମ ଜେନା, ଶୁଭମ୍ ଜେନା, ଚିନ୍ମୟ ଜେନା ଓ ଡମ୍ବୁରୁ ନାୟକ। ସମସ୍ତେ ଦଶମ ଶ୍ରେଣୀର ଛାତ୍ର। ହେଲେ ସମସ୍ତେ ଭିନ୍ନ ଭିନ୍ନ ସ୍କୁଲ୍ରେ ପଢୁଥିଲେ।
ଗତକାଲି ସକାଳ ୯ଟାରେ ସ୍କୁଲ୍ ଯିବାକୁ କହି ଏହି ପିଲାମାନେ ନିଜ ନିଜ ଘରୁ ବାହାରି ଥିଲେ। ହେଲେ ଆଉ ଘରକୁ ନଫେରିବାରୁ ସେମାନଙ୍କ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପିଲାମାନଙ୍କୁ ନ ପାଇବାରୁ ସେମାନଙ୍କ ବାପାମା’ ଗୁରାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଏହି ପିଲାମାନେ ଆନ୍ଧ୍ରପ୍ରଦେଶ ପଳାଇ ଯାଇଥିବା ସେମାନଙ୍କ ପରିବାର ଲୋକେ ସନ୍ଦେହ କରୁଛନ୍ତି।
ଗୁରାଣ୍ଡି ଥାନା ପୁଲିସ୍ ନିଖୋଜ ମାମଲା ରୁଜୁ କରି ଏହି ପିଲାମାନଙ୍କୁ ଖୋଜିବା ପାଇଁ ଏକ ଟିମ୍ ଗଠନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।