ମାଲକାନଗିରି (ଓଡ଼ିଶା ରିପୋର୍ଟର): ମାଲକାନଗିରି ପୌରପାଳିକା ଅଞ୍ଚଳରେ ୫୦% ଲୋକଙ୍କର ବଢ଼ିଛି ଆଣ୍ଟିବଡି। ହାରାହାରି ଆଣ୍ଟିବଡି ବଢ଼ିଥିବା ନେଇ ଜିଲ୍ଲାପାଳ ମନୀଷ ଅଗ୍ରଓ୍ୱାଲ ସୂଚନା ଦେଇଛନ୍ତି।
ଗତ ୬, ୭ ଓ ୮ ତାରିଖରେ ମାଲକାନଗିରି ପୌରାଞ୍ଚଳରେ ସେରୋଲୋଜିକାଲ୍ ସର୍ଭେ ହୋଇଥିଲା। ୧୬୧୩ ଲୋକଙ୍କଠାରୁ ସାମ୍ପଲ୍ ସଂଗ୍ରହ କରାଯାଇ ପରୀକ୍ଷା ହୋଇଥିଲା। ୧୦୧୮ ରାଣ୍ଡମ ବେସିସ ଓ ୫୯୫ ହାଇରେସିଓ ସାମ୍ପଲ ସଂଗ୍ରହ ହୋଇଥିଲା। ଜିଲ୍ଲା ପ୍ରଶାସନ ଓ ଆରଏମ୍ଆରସି ସହଯୋଗରେ ଟେଷ୍ଟ କରାଯାଇଥିଲା।
ଆଜି ସୁଦ୍ଧା ମାଲକାନଗିରି ଜିଲ୍ଲାରେ ୪୪୩୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୦୧୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୦୩ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ୩ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।