ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା ୫୦% ରହିବ, କ୍ୟାବିନେଟ ଦେଲେ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପଂଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ରହିବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପଂଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମାକୁ ୫୦ ପ୍ରତିଶତରୁ ଅଧିକ ନକରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆଇନରେ ଆବଶ୍ୟକ ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଆଜି ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ […]

Election

Election

Ordigital Desk
  • Published: Wednesday, 01 September 2021
  • Updated: 01 September 2021, 10:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପଂଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ରହିବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପଂଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମାକୁ ୫୦ ପ୍ରତିଶତରୁ ଅଧିକ ନକରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆଇନରେ ଆବଶ୍ୟକ ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଆଜି ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାନସଭା ଅଧିବେଶନ ଚାଲିଥିବା ଯୋଗୁ କ୍ୟାବିନେଟ ବୈଠକ ସମ୍ପର୍କରେ ସରକାରୀ ଭାବେ ସୂଚନା ମିଳିନି। ମାତ୍ର ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଉଭୟ ପଂଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମାକୁ ୫୦ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ରାଜ୍ୟ କ୍ୟାବିନେଟ୍ ଆଜି ସମ୍ବନ୍ଧିତ ଆଇନରେ ସଂଶୋଧନକୁ ମଞ୍ଜୁରୀ ଦେଇଛନ୍ତି। ଏହି ସଂଶୋଧିତ ବିଲ୍ ଚଳିତ ଅଧିବେଶନରେ ଗୃହରେ ମଞ୍ଜୁରୀ ପାଇଁ ଆଗତ ହେବାର ସମ୍ଭାବନା ରହିଛି।

ପୌର ଓ ପଂଚାୟତ ନିର୍ବାଚନରେ ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗଙ୍କ ନିମନ୍ତେ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ରଖିବା ନିମନ୍ତେ ରାଜ୍ୟ ସରକାର ଓଡ଼ିଶା ମ୍ୟୁନିସପାଲ ଆଇନ-୧୯୫୦ ଏବଂ ଓଡ଼ିଶା ମ୍ୟୁନିସପାଲ କର୍ପୋରେସନ ଆଇନ-୨୦୦୩ ସମେତ ଓଡ଼ିଶା ଗ୍ରାମପଂଚାୟତ ଆଇନ-୧୯୬୪, ଓଡ଼ିଶା ପଂଚାୟତ ସମିତି ଆଇନ-୧୯୯୯ ଓ ଓଡ଼ିଶା ଜିଲ୍ଲା ପରିଷଦ ଆଇନ-୧୯୯୧ରେ ସଂଶୋଧନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମସ୍ତ ଆଇନରେ ସଂଶୋଧନ ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି।

ପୌର ନିର୍ବାଚନରେ ସଂରକ୍ଷଣ ସୀମା ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ୨୦୧୮ ମସିହାରେ ରାୟ ଦେବା ସତ୍ତ୍ୱେ ରାଜ୍ୟ ସରକାର ପୌର ନିର୍ବାଚନକୁ ଗତ ୩ବର୍ଷ ଧରି ଗଡ଼ାଇ ଚାଲିଛନ୍ତି। ତେବେ ରାଜ୍ୟ ସରକାରଙ୍କ ଏଭଳି ଅଗଣତାନ୍ତ୍ରିକ ନୀତିକୁ ବିରୋଧ କରି ବିଜେପି ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହେବାପରେ ପୌର ନିର୍ବାଚନ ପାଇଁ ସରକାର ସଜବାଜ ଆରମ୍ଭ କରିଛନ୍ତି। ପୌର ନିର୍ବାଚନ ପାଇଁ ଆବଶ୍ୟକ ରୁଲସରେ ସଂଶୋଧନ କରି ଅଗଷ୍ଟ ୧୨ତାରିଖରେ ଏନେଇ ଲୋକଙ୍କ ମତାମତ ଲୋଡ଼ିଛନ୍ତି। ସେହିପରି ପଂଚାୟତ ନିର୍ବାଚନ ପରିଚାଳନା ପାଇଁ ରୁଲସରେ ସଂଶୋଧନ କରି ଗତ ଅଗଷ୍ଟ ୧୮ତାରିଖରେ ଏନେଇ ଲୋକଙ୍କ ମତାମତ ଲୋଡ଼ିଛନ୍ତି। ଅବଶ୍ୟ ରାଜ୍ୟ ସରକାର ପଂଚାୟତ ନିର୍ବାଚନକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ସାରିବେ ବୋଲି ସଙ୍କେତ ଦେଇଛନ୍ତି। ୨୦୨୨ ମାର୍ଚ୍ଚ ୧୦ତାରିଖରେ ପଂଚାୟତଗୁଡ଼ିକର କାର୍ଯ୍ୟକାଳ ଶେଷ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story