ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫୫ ଲକ୍ଷ ମଞ୍ଜୁର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟି ଓ ୬୧ଟି ଏନ୍ଏସିକୁ ଆଉ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ […]

Dog

Jitendra Garnayak
  • Published: Sunday, 23 May 2021
  • , Updated: 23 May 2021, 02:55 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟି ଓ ୬୧ଟି ଏନ୍ଏସିକୁ ଆଉ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ଗାଈଗୋରୁ ଓ କୁକୁରଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ, ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ ୨୦ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ସେହିପରି ମ୍ୟୁନିସିପାଲିଟି ଗୁଡ଼ିକ ଦୈନିକ ୫ ହଜାର ଟଙ୍କା ଓ ଏନଏ ସିମାନେ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

ସୂଚନାଯୋଗ୍ୟ, ଗତ ୯ ତାରିଖରେ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଥମ ପର୍ଯ୍ୟାୟରେ ୬୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା।

Related story