ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍ଡାଉନ୍ ବେଳେ ଟୁଇନ୍ ସିଟି ପାଇଁ କମିଶନରେଟ ପୁଲିସର ଇ-ପରମିଶନ ବ୍ୟବସ୍ଥା। ଇ-ପରମିଶନ ପାଇଁ ଇ-ଆପ୍ଲିକେସନ ଆରମ୍ଭ କଲା କମିଶନରେଟ ପୁଲିସ। ଟୁଇନ ସିଟିରେ କାର୍ଯ୍ୟରତ ଘରୋଇ କଂପାନୀ କର୍ମଚାରୀଙ୍କ ପାଇଁ ପାସ୍ ବ୍ୟବସ୍ଥା କରିବା ପାଇଁ କମିଶନରେଟ ପୁଲିସ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।
ପୁଲିସ ପାସ୍ ଦେଉନଥିବାରୁ ଇ-ପରମିଶନ ଜରିଆରେ ହେବ ଆବେଦନ।କେଉଁ ସଂସ୍ଥା ନିର୍ଦ୍ଦିଷ୍ଟ କେତେ କର୍ମଚାରୀଙ୍କୁ କାମ ପାଇଁ ଅନୁମତି ଦେଇଛନ୍ତି ସେ ତଥ୍ୟ ରହିବ। ଇ-ପରମିଶନ ଓ ଆଇ-କାର୍ଡ ଦେଖାଇ ଅଫିସ ଯାଇପାରିବେ କର୍ମଚାରୀ।
ନିୟମ ପାଳନ ହେଉଛି କି ନାହିଁ ଅତର୍କିତ ଯାଞ୍ଚ କରିବ କମିଶନରେଟ ପୁଲିସ। ଯେକୌଣସି ଘରୋଇ ଅଫିସରେ ଯାଞ୍ଚ କରିବେ, ଖିଲାପ କଲେ କାଯର୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଇ-ପରମିଶନ ନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।