୫୬୫ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬୩ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ  ୫୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୬୫ ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩୭ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ୨୮, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ୪, କଟକରୁ୬୧, […]

Corona1

Corona1

Tapaswini Nayak
  • Published: Wednesday, 29 September 2021
  • Updated: 29 September 2021, 10:18 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ  ୫୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୬୫ ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୩୭ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୋଳରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ୨୮, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ୪, କଟକରୁ୬୧, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦, ଯାଜପୁର୨୮, ଝାରସୁଗୁଡ଼ା ୨, କଳାହାଣ୍ଡି ୩, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ୪, କେନ୍ଦୁଝରରୁ୪, କୋରାପୁଟରୁ ୪ଓ ମୟୂରଭଞ୍ଜରୁ ୨୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୨, ନୂଆପଡ଼ା ୩, ପୁରୀରୁ୧୨, ରାୟଗଡ଼ାରୁ୨, ସମ୍ବଲପୁରରୁ୧୧, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟପୁଲରୁ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୫୮୭୪କୁ  ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୨,୧୧୬ସୁସ୍ଥ ହୋଇ ସାରିଥିବା ବେଳେ ୫,୫୧୩ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୨କୁ ବୃଦ୍ଧି ପାଇଛି। ଏହି ୫ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ  ଆଖି ବୁଜି ଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos