ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍ବୋଧନ ଦେବା ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଗାନ୍ଧିଙ୍କ ବିଚାରଧାରା ଓ ଆଦର୍ଶର ଆଜି ଅଧିକ ଗୁରୁତ୍ୱ ରହିଛି। ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସାମିଲ୍ କରିବାକୁ ସେ ଦାବି ଜଣାଇଛନ୍ତି। ଏହା ସାରା ବିଶ୍ୱରେ ଆମ ଗଣତନ୍ତ୍ରକୁ ଗୌରବାନ୍ୱିତ କରିବ ବୋଲି ମତ ରଖିଲେ ମୁଖ୍ୟମନ୍ତ୍ରୀ।
ଆମର ପ୍ରତ୍ୟେକ କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାଧାରଣ ଲୋକେ। ସେମାନଙ୍କୁ ହକ୍ ଦେବାକୁ 5T କାର୍ଯ୍ୟକାରୀ କରିଛୁ। ଏହା ପ୍ରଶାସନକୁ ଅଧିକ ମଜଭୁତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଗାନ୍ଧି ଜୟନ୍ତୀରୁ ସମଗ୍ର ରାଜ୍ୟରେ 5T କାର୍ଯ୍ୟକାରୀ ହେବ । ପ୍ରଥମ ପର୍ଯ୍ୟାୟରେ ଥାନା, ଜିଲ୍ଲା ମୁଖ୍ୟାଳୟ ଓ ହସ୍ପିଟାଲରେ ଏହା ଲାଗୁ ହେବ ବୋଲି ସେ ନିଜ ଅଭିଭାଷଣରେ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।