lighting
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ମାରିବା ସହିତ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଅପରାହ୍ଣ ୧ଟା ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏଥିସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ମଧ୍ୟ ପବନ ବହିବା ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ଆଜି ସକାଳ ୮ଟା ୩୦ ଯାଏ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/03/lighting-555555.jpg)