ବରଗଡ଼(ଦୀପକ ଶର୍ମା): ବରଗଡ଼ ଜିଲ୍ଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେ ବରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଫଳରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।
ଏହି ୬ ଜଣଙ୍କ ମଧ୍ୟରୁ ଭେଡେନ ବ୍ଲକରୁ ୪ ଓ ଭଟଲି ବ୍ଲକରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।
@CMO_Odisha @HFWOdisha @SRC_Odisha @IPR_Odisha
6 new +ve cases(all male persons) detected in Bargarh District.4 from Bheden and 2 from Bhatli Block. Five of them have travel history and one local case in Bhatli.The concerned areas have been declared as containment zone.— Collector & DM,Bargarh (@DMBargarh) May 30, 2020
ଏହି ୬ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ବାହାର ରାଜ୍ୟ ଫେରନ୍ତା ହୋଇଥିବା ବେଳେ ଆଉ ଗୋଟିଏ ଲୋକାଲ କେସ୍ ବୋଲି ଜଣାଯାଇଛି। ପୂର୍ବରୁ ବରଗଡ଼ ଜିଲ୍ଲାରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଏବେ ଚିକିତ୍ସାଧୀନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।