ବରଗଡ଼ରେ ଚିହ୍ନଟ ହେଲେ ୬ କରୋନା ଆକ୍ରାନ୍ତ

ବରଗଡ଼(ଦୀପକ ଶର୍ମା): ବରଗଡ଼ ଜିଲ୍ଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେ ବରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଫଳରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଏହି ୬ ଜଣଙ୍କ ମଧ୍ୟରୁ ଭେଡେନ ବ୍ଲକରୁ ୪ ଓ ଭଟଲି ବ୍ଲକରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଫଳରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।   @CMO_Odisha @HFWOdisha @SRC_Odisha […]

corona1

Niharika Rout
  • Published: Saturday, 30 May 2020
  • , Updated: 30 May 2020, 08:56 AM IST

ବରଗଡ଼(ଦୀପକ ଶର୍ମା): ବରଗଡ଼ ଜିଲ୍ଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେ ବରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଫଳରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।

ଏହି ୬ ଜଣଙ୍କ ମଧ୍ୟରୁ ଭେଡେନ ବ୍ଲକରୁ ୪ ଓ ଭଟଲି ବ୍ଲକରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଫଳରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

 

ଏହି ୬ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ବାହାର ରାଜ୍ୟ ଫେରନ୍ତା ହୋଇଥିବା ବେଳେ ଆଉ ଗୋଟିଏ ଲୋକାଲ କେସ୍‌ ବୋଲି ଜଣାଯାଇଛି। ପୂର୍ବରୁ ବରଗଡ଼ ଜିଲ୍ଲାରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଏବେ ଚିକିତ୍ସାଧୀନ ଥିବା ଜଣାଯାଇଛି।

Related story