Advertisment

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ୬୦% ମତଦାନ,୨୩ ସ୍ଥାନରେ ହେଲାନି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶେଷ ହେଲା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍। ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ,  ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଛି । ପଞ୍ଚାୟତ ଭୋଟ୍ ପାଇଁ ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ଭୋଟ ଦେବା ପାଇଁ ବୁଥ୍ ଆଗରେ ଦେଖିବାକୁ ମିଳିଥିଲା ଲମ୍ବା ଲାଇନ୍। ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିଥିଲା ମତଦାନ। ଅନ୍ୟପକ୍ଷରେ […]

ଅଦ୍ୟତନ ହୋଇଛି
ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ୬୦% ମତଦାନ,୨୩ ସ୍ଥାନରେ ହେଲାନି

vote

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶେଷ ହେଲା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍। ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ,  ଦିନ ଗୋଟାଏ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଛି ।

Advertisment

ପଞ୍ଚାୟତ ଭୋଟ୍ ପାଇଁ ଭୋଟରଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ଭୋଟ ଦେବା ପାଇଁ ବୁଥ୍ ଆଗରେ ଦେଖିବାକୁ ମିଳିଥିଲା ଲମ୍ବା ଲାଇନ୍। ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିଥିଲା ମତଦାନ।

ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ  ପ୍ରଥମ ପର୍ଯ୍ୟାୟରେ ୨୩ଟି ସ୍ଥାନରେ ମତଦାନ ବନ୍ଦ ରହିଥିବା ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସୂଚନା ମିଳିଛି । ୨୩ଟି ସ୍ଥାନ ମଧ୍ୟରୁ ଗୋଟିଏ ଜିଲ୍ଲା ପରିଷଦ, ୬ଟି ସରପଞ୍ଚ ପଦବୀ,  ୩ଟି ପଞ୍ଚାୟତ ସମିତି ସଭ୍ୟ, ୧୩ଟି ଓ୍ବାର୍ଡମେମ୍ବର ପଦବୀରେ ନିର୍ବାଚନ ବନ୍ଦ ହୋଇଛି । ଆଉ ୪ ପର୍ଯ୍ୟାୟ ମତଦାନ ବାକିଥିବା ବେଳେ ଉକ୍ତ ସମୟରେ ବନ୍ଦ ହୋଇଥିବା ସ୍ଥାନରେ ମଧ୍ୟ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ସୂତ୍ରରୁ ପ୍ରକାଶ ।

Advertisment

ପ୍ରଥମ ପର୍ଯ୍ୟାୟରେ ଆଜି ୨ଶହ ଜିଲ୍ଲା ପରିଷଦ ଜୋନ୍ ଓ ୧ ହଜାର ୬ ଶହ ୬୯ ସରପଞ୍ଚ ଓ ସମାନ ସଂଖ୍ୟକ ସମିତି ସଭ୍ୟ ପଦ ପାଇଁ ଭୋଟ୍ ଗ୍ରହଣ ହୋଇଛି।  ଭୋଟ୍ ଗ୍ରହଣ  ସରିବା ପରେ ବାଲାଟ୍ ବକ୍ସଗୁଡ଼ିକୁ ସିଲ୍ କରାଯାଇଛି । ସେଗୁଡ଼ିକୁ କଡ଼ା ସୁରକ୍ଷା ମଧ୍ୟରେ ବ୍ଲକ୍ ହେଡକ୍ୱାଟର୍ସର ଷ୍ଟ୍ରଙ୍ଗ ରୁମ୍‌କୁ ନିଆଯାଉଛି  । ସବୁ ପର୍ଯ୍ୟାୟ ଭୋଟ୍ ସରିଲେ ୨୬ ତାରିଖରୁ ଭୋଟ୍ ଗଣତି ଆରମ୍ଭ  ହେବ ।

Panchayat Election Violence Odisha Panchayat Election 2022
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe