ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ରାଜ୍ୟରେ ଭୋଟ୍ ଗ୍ରହଣ ଚାଲିଛି। ୫ଟି ଲୋକସଭା ଆସନ (ବରଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, କନ୍ଧମାଳ ଓ ଆସିକା) ଓ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ଭୋଟ୍ ଚାଲିଥିବା ବେଳେ ଅପରାହ୍ଣ ୫ଟା ସୁଦ୍ଧା ୬୪% ମତଦାନ ହୋଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସୁରେନ୍ଦ୍ର କୁମାର କହିଛନ୍ତି।
ସେ କହିଛନ୍ତି, ନିର୍ଦ୍ଧାରିତ ସମୟରେ ଧାଡ଼ିରେ ଛିଡ଼ା ହୋଇଥିବା ଲୋକେ ଭୋଟ୍ ଦେଉଛନ୍ତି। ଭୋଟ୍ ପ୍ରତିଶତ ଆହୁରି ବଢ଼ିବ।
ଅପରାହ୍ଣ ୩ଟା ସୁଦ୍ଧା ୫୩ ପ୍ରତିଶତ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ।
ମନୁଷ୍ୟକୃତ ତ୍ରୁଟି ଯୋଗୁ ଆଜି ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୧୩ ନମ୍ବର ବୁଥ୍, ବଣାଇର ୧୨୯ ନମ୍ବର ବୁଥ୍, ଦଶପଲ୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର ୨୧୦ ଓ ୨୨୨ ନମ୍ବର ବୁଥ୍ରେ ଭୋଟ୍ ଗ୍ରହଣ ହୋଇପାରି ନାହିଁ। ଏହି ବୁଥ୍ଗୁଡ଼ିକରେ ସାନି ମତଦାନ ପାଇଁ ସୁପାରିସ୍ କରାଯିବ ବୋଲି ସିଇଓ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।