Advertisment

ରାଜ୍ୟରେ ଦିନକରେ ରେକର୍ଡ ସଂଖ୍ୟକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ କରୋନାର ଏହି ନୂଆ ଭାରିଏଣ୍ଟ ଲଗାତର ବୃଦ୍ଧି ପାଉଛି। ବୁଧବାର ଓଡ଼ିଶାରୁ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏହା ପୂର୍ବରୁ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ […]

ଅଦ୍ୟତନ ହୋଇଛି
ରାଜ୍ୟରେ ଦିନକରେ ରେକର୍ଡ ସଂଖ୍ୟକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

omicron

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ କରୋନାର ଏହି ନୂଆ ଭାରିଏଣ୍ଟ ଲଗାତର ବୃଦ୍ଧି ପାଉଛି। ବୁଧବାର ଓଡ଼ିଶାରୁ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏହା ପୂର୍ବରୁ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ଥିଲା।

Advertisment

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫୦୯୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୬୮୨। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯୨ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୯୧ ହଜାର ୫୪୭କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୬୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ଼ରୁ ୧୨୫୨ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୬୬, ସମ୍ବଲପୁରରୁ ୫୯୬, ମୟୂରଭଞ୍ଜରୁ ୩୩୮, ପୁରୀରୁ ୨୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ଭାରତ ବର୍ଷରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ଭିତରେ ଦେଶରେ ୪୮୬୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଓମିକ୍ରନରୁ ୧୮୦୫ ଜଣ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe