Advertisment

ରାଜ୍ୟରେ ୬୭୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଆଉ ୩୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୬୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୭୮୮ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୨୦ ଓ ଖୋର୍ଦ୍ଧା ଜିଲ୍ଲାରୁ ୫୧୭ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲାରୁ ୭୧ ଜଣ ଚିହ୍ନଟ ହୋଇଥିବା […]

author-image
Jitendra Garnayak
ଅଦ୍ୟତନ ହୋଇଛି
ରାଜ୍ୟରେ ୬୭୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଆଉ ୩୪ ଜଣଙ୍କ ମୃତ୍ୟୁ

Corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୬୨ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।

Advertisment

ଅନୁଗୋଳଜିଲ୍ଲାରୁ ସର୍ବାଧିକ ୭୮୮ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୨୦ ଓ ଖୋର୍ଦ୍ଧାଜିଲ୍ଲାରୁ ୫୧୭ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୭୧ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪୦୫, ଭଦ୍ରକରୁ ୨୦୬, ବଲାଙ୍ଗିରରୁ ୧୪୪, ବୌଦ୍ଧରୁ ୨୬୨, କଟକରୁ ୩୬୨, ଦେବଗଡ଼ରୁ ୬୪, ଢେଙ୍କାନାଳରୁ ୧୭୮, ଗଜପତିରୁ ୮୦, ଗଞ୍ଜାମରୁ ୧୯୬, ଜଗତସିଂହପୁରରୁ ୧୦୬, ଯାଜପୁରରୁ ୩୭୪, ଝାରସୁଗୁଡ଼ାରୁ ୧୨୦, କଳାହାଣ୍ଡିରୁ ୨୪୧, କନ୍ଧମାଳରୁ ୮୫, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୨୪, କୋରାପୁଟରୁ ୨୧୯, ମାଲକାନଗିରିରୁ ୯୮, ମୟୂରଭଞ୍ଜରୁ ୩୪, ନବରଙ୍ଗପୁରରୁ ୨୮୨, ନୟାଗଡ଼ରୁ ୨୦୭, ନୂଆପଡ଼ାରୁ ୪୮, ପୁରୀରୁ ୨୬୫, ରାୟଗଡ଼ାରୁ ୧୨୩, ସମ୍ବଲପୁରରୁ ୩୦୯ ଓ ସୋନପୁର ଜିଲ୍ଲାରୁ ୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ଆଉ ୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

୬୭୩୬ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୨ ହଜାର ୭୩୯ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୨୩ ହଜାର ୬୨୮ ଜଣ ସୁସ୍ଥ ହୋଇସାରିଛନ୍ତି। ଲକ୍ଷେ ୬ ହଜାର ୪୪୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଆଉ ୩୪ ଜଣଙ୍କ ଜୀବନ ଯିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୧୮ରେ ପହଞ୍ଚି ଯାଇଛି।

Corona Cases In Odisha