ରାଜ୍ୟରେ ୬୯୫କରୋନା ଆକ୍ରାନ୍ତ ମଧ୍ୟରୁ ୮୩ ଜଣ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୪ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୦ ଜଣ ଅଛନ୍ତି। ଅନୁଗୋଳ ଜିଲ୍ଲାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦, ଭଦ୍ରକ ୧୩, ଦେବଗଡ଼ରୁ […]

corona

corona

Tapaswini Nayak
  • Published: Saturday, 18 September 2021
  • Updated: 18 September 2021, 12:50 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ୍ ବର୍ଗର। ୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୪ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୦ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୦, ଭଦ୍ରକ ୧୩, ଦେବଗଡ଼ରୁ ଜଣେ, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁର ୨୫, ଯାଜପୁର ୩୯, ଝାରସୁଗୁଡ଼ା ୬, କଳାହାଣ୍ଡି ୨, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ା ୮, କେନ୍ଦୁଝରରୁ ଜଣେ, ମାଲକାନଗିରି ୪, ମୟୂରଭଞ୍ଜ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ ୩, ପୁରୀ ୧୮, ରାୟଗଡ଼ା ୭, ସମ୍ବଲପୁର ୮, ସୋନପୁର ୨, ସୁନ୍ଦରଗଡ଼ ୫ ଓ ଷ୍ଟେଟପୁଲରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୬୨୧ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୦,୦୫,୫୬୪ଜଣ ସୁସ୍ଥ ହୋଇସାରିଛନ୍ତି। ୫,୮୭୬ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ଆଉ ୬ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୮ କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କୋରାପୁଟ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୮୫କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୨୪, ଯାଜପୁରରେ ୧୬୩, ଜଗତସିଂହପୁରରେ ୨୯୭, କୋରାପୁଟରେ ୭୭ ଓ ମୟୂରଭଞ୍ଜରେ ୨୭୬ରେ ପହଞ୍ଚିଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos