Weather Map
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଦ୍ୟ ପ୍ରେସ୍ ରିଲିଜ୍ରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଆଉ ୬ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ। ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଏହି ଲଘୁଚାପ ୱେଲ୍ ମାର୍କଡ୍ ଲୋ’ ପ୍ରେସରରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2021/09/Untitled-1-7.jpg)