Advertisment

ରାସ୍ତାକଡ଼କୁ ଓଲଟି ପଡ଼ିଲା ବସ୍

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ୧୪୯ନମ୍ବର ଜାତୀୟ ରାଜପଥର ଭେଜିଆ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡ଼ିବାରୁ ୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ଗୁରୁତର ଯାତ୍ରୀମାନଙ୍କୁ ତାଳଚେର ମଣ୍ଡାପାଳ ସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଯାତ୍ରୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ରାଉରକେଲାରୁ ଯାଜପୁର ଅଭିମୁଖେ ଯାଉଥିଲା। ରାତି ପ୍ରାୟ ସାଢ଼େ ଦୁଇଟା ସମୟରେ ବସ୍‌ଟି […]

author-image
Tapaswini Nayak
ଅଦ୍ୟତନ ହୋଇଛି
 ରାସ୍ତାକଡ଼କୁ ଓଲଟି ପଡ଼ିଲା ବସ୍

bus accident

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଫାଣ୍ଡି ଅନ୍ତର୍ଗତ ୧୪୯ନମ୍ବର ଜାତୀୟ ରାଜପଥର ଭେଜିଆ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡ଼ିବାରୁ ୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ଗୁରୁତର ଯାତ୍ରୀମାନଙ୍କୁ ତାଳଚେର ମଣ୍ଡାପାଳ ସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଯାତ୍ରୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ରାଉରକେଲାରୁ ଯାଜପୁର ଅଭିମୁଖେ ଯାଉଥିଲା। ରାତି ପ୍ରାୟ ସାଢ଼େ ଦୁଇଟା ସମୟରେ ବସ୍‌ଟି ୧୪୯ନମ୍ବର ଜାତୀୟ ରାଜପଥର ଭେଜିଆ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଥିଲେ। ପୁଲିସ ପହଞ୍ଚି  ସେମାନଙ୍କୁ ପ୍ରଥମେ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା। ପରେ ଯାତ୍ରୀମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ  ତାଳଚେର ମଣ୍ଡାପାଳ ସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଏହାସହ ଅନ୍ୟଯାତ୍ରୀମାନେ  କିପରି ନିଜର ଗନ୍ତବ୍ୟସ୍ଥଳରେ ପହଞ୍ଚିବେ ପୁଲିସ ତାର ବ୍ୟବସ୍ଥା କରୁଛି।

Advertisment