ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତବର୍ଷ ଭଳି ଏ ବର୍ଷ ଯୁକ୍ତ ଦୁଇରେ ସିଲାବସ୍ ହ୍ରାସ କରାଯିବ। ଏ ବର୍ଷ ୩୦% ସିଲାବସ୍ ହ୍ରାସ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ନିଷ୍ପତ୍ତି ଅନୁସାରେ ମହାମାରୀ କରୋନା ଭଳି ସ୍ଥିତି ବଳବତ୍ତର ରହିଲେ ମୂଲ୍ୟାୟନ ପାଇଁ ବ୍ୟବସ୍ଥା କରାଯିବ। ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷରେ ହେବ ଟର୍ମିନାଲ ପରୀକ୍ଷା। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ। ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଟର୍ମିନାଲ ପରୀକ୍ଷା ହେବ। ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟକାଲ୍ ହେବ। ସମସ୍ତ ଟର୍ମିନାଲ ପରୀକ୍ଷା ସଂପୃକ୍ତ କଲେଜ ପରିଚାଳନା କରିବ। ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ। ମହାମାରୀ ସ୍ଥିତି ନଉପୁଜିଲେ ବାର୍ଷିକ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ। ମହାମାରୀ ପାଇଁ ପରୀକ୍ଷା ବନ୍ଦ ହେଲେ ଟର୍ମ ପରୀକ୍ଷା ଭିତ୍ତିରେ ରେଜଲ୍ଟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ତୁଷାରକାନ୍ତି ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।