Advertisment

ଏ ବର୍ଷ ଯୁକ୍ତ ଦୁଇରେ ୩୦% ସିଲାବସ୍‌ ହ୍ରାସ କରାଯିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତବର୍ଷ ଭଳି ଏ ବର୍ଷ ଯୁକ୍ତ ଦୁଇରେ ସିଲାବସ୍‌ ହ୍ରାସ କରାଯିବ। ଏ ବର୍ଷ ୩୦% ସିଲାବସ୍‌ ହ୍ରାସ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁସାରେ ମହାମାରୀ କରୋନା ଭଳି ସ୍ଥିତି ବଳବତ୍ତର ରହିଲେ ମୂଲ୍ୟାୟନ ପାଇଁ ବ୍ୟବସ୍ଥା କରାଯିବ। ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷରେ ହେବ ଟର୍ମିନାଲ ପରୀକ୍ଷା। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ। […]

ଅଦ୍ୟତନ ହୋଇଛି
ଯୁକ୍ତ ଦୁଇ ଅସନ୍ତୁଷ୍ଟଙ୍କ ପାଇଁ ଅଫ୍‌ଲାଇନ୍‌ ପରୀକ୍ଷା, ୩ରୁ ଅନ୍‌ଲାଇନ୍‌ରେ ଆବେଦନ

school-student

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତବର୍ଷ ଭଳି ଏ ବର୍ଷ ଯୁକ୍ତ ଦୁଇରେ ସିଲାବସ୍‌ ହ୍ରାସ କରାଯିବ। ଏ ବର୍ଷ ୩୦% ସିଲାବସ୍‌ ହ୍ରାସ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

Advertisment

ନିଷ୍ପତ୍ତି ଅନୁସାରେ ମହାମାରୀ କରୋନା ଭଳି ସ୍ଥିତି ବଳବତ୍ତର ରହିଲେ ମୂଲ୍ୟାୟନ ପାଇଁ ବ୍ୟବସ୍ଥା କରାଯିବ। ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷରେ ହେବ ଟର୍ମିନାଲ ପରୀକ୍ଷା। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ। ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଟର୍ମିନାଲ ପରୀକ୍ଷା ହେବ। ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟକାଲ୍‌ ହେବ। ସମସ୍ତ ଟର୍ମିନାଲ ପରୀକ୍ଷା ସଂପୃକ୍ତ କଲେଜ ପରିଚାଳନା କରିବ। ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ। ମହାମାରୀ ସ୍ଥିତି ନଉପୁଜିଲେ ବାର୍ଷିକ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ। ମହାମାରୀ ପାଇଁ ପରୀକ୍ଷା ବନ୍ଦ ହେଲେ ଟର୍ମ ପରୀକ୍ଷା ଭିତ୍ତିରେ ରେଜଲ୍ଟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ତୁଷାରକାନ୍ତି ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe