Advertisment

ରାଜ୍ୟରେ ୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୪୧ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୭୫ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୩୩ ଜଣଙ୍କର ମୃତ୍ୟୁ ଘଟିଛି।  କଟକ ଜିଲ୍ଲାରୁ ସର୍ବାଧିକ ୧୦୯୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୮୦୯ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୪୦୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧୫, ବରଗଡ଼ରୁ ୩୩୧, ଭଦ୍ରକରୁ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ରାଜ୍ୟରେ ପୁଣି ୬ ହଜାର ଡେଇଁଲା ଦୈନିକ ସଂକ୍ରମଣ

Corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୪୧ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୭୫ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୩୩ ଜଣଙ୍କର ମୃତ୍ୟୁ ଘଟିଛି। 

Advertisment

କଟକଜିଲ୍ଲାରୁ ସର୍ବାଧିକ ୧୦୯୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୮୦୯ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳଜିଲ୍ଲାରୁ ୪୦୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧୫, ବରଗଡ଼ରୁ ୩୩୧, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୧୩୦, ବୌଦ୍ଧରୁ ୧୪୮, ଦେବଗଡ଼ରୁ ୬୮, ଢେଙ୍କାନାଳରୁ ୪୨୮, ଗଜପତିରୁ ୩୮, ଗଞ୍ଜାମରୁ ୧୫୦, ଜଗତସିଂହପୁରରୁ ୧୮୩, ଯାଜପୁରରୁ ୨୪୧, ଝାରସୁଗୁଡ଼ାରେ ୬୪, କଳାହାଣ୍ଡିରେ ୧୫୦, କନ୍ଧମାଳରେ ୧୦୧, କେନ୍ଦ୍ରାପଡ଼ାରେ ୪୮୭, କେନ୍ଦୁଝରରେ ୭୨, କୋରାପୁଟରେ ୨୨୦, ମାଲକାନଗିରିରେ ୧୩୫, ମୟୂରଭଞ୍ଜରେ ୨୭, ନବରଙ୍ଗପୁରରେ ୨୪୨, ନୟାଗଡ଼ରେ ୧୬୪, ନୂଆପଡ଼ାରେ ୬୬, ପୁରୀରେ ୧୧୦, ରାୟଗଡ଼ାରେ ୨୪୬, ସମ୍ବଲପୁରରେ ୨୪୧, ସୋନପୁରରେ ୭୪ ଓ ସୁନ୍ଦରଗଡ଼ରେ ୧୮୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୪୬ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୭୨୧୬ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୯ ହଜାର ୯୫୫ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୩୫ ହଜାର ୧୭୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ଲକ୍ଷେ ୨ ହଜାର ୭୨ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଆଉ ୩୩ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି।

Corona Cases In Odisha