ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସାରା ଦେଶ ଆଜି ପାଳନ କରୁଛି ୭୩ତମ ସାଧାରଣତନ୍ତ୍ର ଦିବସ।  ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି।  ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।  ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ କଟକଣା  ଯୋଗୁ ଚଳିତ ବର୍ଷର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ ଅନୁଷ୍ଠିତ ହୋଇଥିଲା। ପରେଡର ନେତୃତ୍ୱ […]

BBSR

Tapaswini Nayak
  • Published: Wednesday, 26 January 2022
  • , Updated: 26 January 2022, 01:46 PM IST

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସାରା ଦେଶ ଆଜି ପାଳନ କରୁଛି ୭୩ତମ ସାଧାରଣତନ୍ତ୍ର ଦିବସ।  ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି।  ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।  ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କୋଭିଡ କଟକଣା  ଯୋଗୁ ଚଳିତ ବର୍ଷର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ ଅନୁଷ୍ଠିତ ହୋଇଥିଲା। ପରେଡର ନେତୃତ୍ୱ ନେଇଥିଲେ ଯୁବ ଆଇପିଏସ୍ ଅଧିକାରୀ ରୋହିତ ବର୍ମା।  ତେବେ କଟକଣା ଯୋଗୁଁ ୧୦ କଣ୍ଟିଜେଣ୍ଟ ପରେଡରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ପରେଡ୍‌ରେ ବିଏସ୍ଏଫ୍ ସାମିଲ ହୋଇଥିଲେ।

[caption id="attachment_709144" align="aligncenter" width="650"] ରାଜ୍ୟସ୍ତରୀୟ ପରେଡ୍[/caption]

ପରେଡ୍‌ ଦେଖିବାକୁ ଗାନ୍ଧି ମାର୍ଗକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଥିଲା। ରାଜ୍ୟସ୍ତରୀୟ ପରେଡ୍ ଲାଗି ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।  ଗାନ୍ଧି ମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା।

ରାଜ୍ୟ ବିଜେପି ପାର୍ଟି ଅଫିସରେ ପାଳିତ ହୋଇଛି ୭୩ ତମ ଗଣତନ୍ତ୍ର ଦିବସ। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ପାର୍ଟି ଅଫିସରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ପାର୍ଟିର କର୍ମକର୍ତ୍ତା ଉପସ୍ଥିତ ରହି ଜାତୀୟ ସଂଗୀତ ଗାନ  କରିଥିଲେ।

ସେହିପରି ବିଜେଡି ପାର୍ଟି ଅଫିସରେ ବି ପାଳିତ ହୋଇଛି ୭୩ ତମ ଗଣତନ୍ତ୍ର ଦିବସ। ବିଜେଡି ସାଧାରଣ ସଂପାଦକ ସଞ୍ଜୟ ଦାସବର୍ମା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ବିଜେଡି ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଭୁବନେଶ୍ୱର ମଧ୍ୟ ଓ ଉତ୍ତର ବିଧାୟକଙ୍କ ସମେତ  ବିଜେଡିର ବହୁ କର୍ମକର୍ତ୍ତା ଏହି ଅବସରରେ ଉପସ୍ଥିତ ଥିଲେ।

ଭୁବନେଶ୍ୱର ସ୍ଥିତ କଂଗ୍ରେସ ପାର୍ଟି ଅଫିସରେ ୭୩ ତମ ଗଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ।  ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ନେତା ଏହି ଅବସରରେ ଉପସ୍ଥିତ ଥିଲେ।

Related story