ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୧୧, ଯାଜପୁରରୁ ୫, ବାଲେଶ୍ୱରରୁ ୧୭, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିରରୁ ୨ ଓ ପୁରୀରୁ ୭ ଜଣ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୮୧୨ ଜଣ ସୁସ୍ଥ ହେଲେ। ସେହିପରି ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଛି।