ପରୀକ୍ଷା ହେଲାନି, ତଥାପି ଫେଲ୍‌ ହେଲେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଏଥିରେ ୭୭୦୩ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି। ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଦାଶଙ୍କ ସୂଚନା ଅନୁଯାୟୀ, ମୋଟ ୫, ୭୪, ୧୨୫ ଜଣ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ […]

Samir Dash

Jitendra Garnayak
  • Published: Friday, 25 June 2021
  • , Updated: 25 June 2021, 05:20 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଏଥିରେ ୭୭୦୩ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି। ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ଦାଶଙ୍କ ସୂଚନା ଅନୁଯାୟୀ, ମୋଟ ୫, ୭୪, ୧୨୫ ଜଣ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଛନ୍ତି। ମୋଟ ପାସ୍‌ ହାର ୯୭.୮% ରହିଛି। ସେହିପରି ୭୭୦୩ ଛାତ୍ରଛାତ୍ରୀ ଫେଲ୍ ହୋଇଥିବା ବେଳେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ଆଉ ୨୨୫୬ ଜଣ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ଦେଇ ନାହାନ୍ତି। ତେବେ ଏଥର କୌଣସି ସ୍କୁଲ ଶୂନ୍ୟ ରେଜଲ୍ଟ କରି ନାହାନ୍ତି। ଅନ୍ୟପକ୍ଷରେ ୫୯୪୫ଟି ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଛନ୍ତି।

ପାସ୍ କରି ଥିବା ୫, ୬୨, ୦୧୦ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୬୫୬ ଜଣ A1 ଗ୍ରେଡ୍‌ ପାଇଥିବା ବେଳେ ୨୨, ୧୩୧ ଜଣ A2, ୫୨, ୧୯୯ ଜଣ B1 ଓ ୯୪, ୪୭୫ ଜଣ B2 ଗ୍ରେଡ୍‌ ପାଇଛନ୍ତି। ସେହିପରି ୧,୩୭,୦୧୪ ଜଣ ‘ସି’ ଗ୍ରେଡ୍‌ରେ ପାସ୍ କରିଥିବା ବେଳେ ୧,୫୧,୬୩୯ ଜଣ ‘ଡି’ ଗ୍ରେଡ୍‌, ୧,୦୧,୭୯୬ ଜଣ ‘ଇ’ ଗ୍ରେଡ୍ ପାଇଛନ୍ତି।

ସେହିପରି ଚଳିତ ବର୍ଷ ଏକ୍ସରେଗୁଲାରରେ ୫୩, ୨୭୯ ଜଣ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪୭, ୦୬୦ ଜଣ ପାସ୍ କରିଛନ୍ତି। ଅର୍ଥାତ୍‌ ଚଳିତ ବର୍ଷ ଏକ୍ସରେଗୁଲାରରେ ପାସ୍ ହାର ୮୮.୩୦ ପ୍ରତିଶତ ରହିଛି।

ବୋର୍ଡ ସଭାପତି କହିଛନ୍ତି, ମାଟ୍ରିକ୍‌ ରେଜଲ୍ଟକୁ ନେଇ କୌଣସି ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ହେଲେ ପରୀକ୍ଷା ଦେଇ ପାରିବେ। ସ୍ଥିତି ସ୍ୱାଭାବିକ ହେଲେ ସେମାନେ ପରୀକ୍ଷା ଦେବେ। ଏଥିପାଇଁ ଜୁଲାଇ ୫ରୁ ଫର୍ମ ଫିଲ୍ଅପ୍ କରାଯିବ। ଅଗଷ୍ଟ ଶେଷ ସୁଦ୍ଧା ପରୀକ୍ଷା କରିବାକୁ ଚେଷ୍ଟା କରାଯିବ।

Related story