ଜଗା ଦର୍ଶନ କରି ଘରକୁ ଫେରୁଥିଲେ, ଅଧା ବାଟରେ ଘଟିଲା ଦୁର୍ଘଟଣା

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ ବାଘନଦୀ ପୋଲ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ପୋଲ ବାଡ଼ରେ ପିଟି ହେବାରୁ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ସୋନପୁର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ବାଉଁଶୁଣି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତମାନେ ସମସ୍ତେ ବରଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଆଜି ଭୋରୁ ୮ ଜଣ ଯୁବକ ଜଗନ୍ନାଥଙ୍କ ଦର୍ଶନ […]

accident

Tapaswini Nayak
  • Published: Saturday, 04 June 2022
  • , Updated: 04 June 2022, 11:32 AM IST

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ ବାଘନଦୀ ପୋଲ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ପୋଲ ବାଡ଼ରେ ପିଟି ହେବାରୁ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ସୋନପୁର ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ବାଉଁଶୁଣି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତମାନେ ସମସ୍ତେ ବରଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି।

ଆଜି ଭୋରୁ ୮ ଜଣ ଯୁବକ ଜଗନ୍ନାଥଙ୍କ ଦର୍ଶନ କରି ପୁରୀରୁ ବରଗଡ଼ ଫେରୁଥିଲେ। ବାଉଁଶୁଣି ନିକଟସ୍ଥ ବାଘନଦୀ ପୋଲ ଉପରେ କାର୍‌ଟି ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ବାଉଁଶୁଣି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି  କରିଥିଲେ।  କାର୍‌ରେ ଡ୍ରାଇଭରଙ୍କ ସମେତ ୮ ଜଣ ଥିଲେ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Related story