ଜଳିଗଲା ୮ ବଖରା ଘର

ସୋନପୁର (ରବି ନାରାୟଣ ହୋତା): ସୁବର୍ଣ୍ଣପୁର ଜିଲ୍ଲା ରେଙ୍ଗାଲୀ ପଞ୍ଜାୟତର ରାଏପାଲି ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇଟି ପରିବାରର ୮ ବଖରା ଘର ପୋଡ଼ି ଯାଇଛି। ଘରର ସବୁ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

house1ଆଜି ଭୋରରେ ଏହି ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ସେତେବେଳକୁ ସବୁ ଜଳିପୋଡ଼ି ପାଉଁଶ ହୋଇସାରିଥିଲା।

ଖଲିଆପାଲି ରାଜସ୍ୱ ନିରୀକ୍ଷକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।