ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ। ସେ ଦୃଷ୍ଟିରୁ ଏବେ ପାର୍ବଣରେ ଭିଡ଼ଠୁ ଦୂରେଇ ରହିବା ଜରୁରୀ। ତେବେ ଗଲା କିଛି ଦିନ ଧରି ବଜାର ଘାଟରେ ହେଉଥିବା ଜନଗହଳିର ଦୃୃଶ୍ୟ ଉଦବେଗଜନକ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।
ସେ କହିଛନ୍ତି, “ରାଜଧାନୀରେ ଏବେ ପ୍ରତି ଦିନ ୨୦୦ରୁ ୩୦୦ ଭିତରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରାଜ୍ୟରେ ୩ ମାସ ହେଲାଣି ସଂକ୍ରମଣ ପାଖାପାଖି ସମାନ ସ୍ଥିତିରେ ରହୁଛି। ଏଭଳି ସ୍ଥିତିରେ କିଭଳି ସଂକ୍ରମଣକୁ କମାଯାଇ ପାରିବ ତାହା ହିଁ ଗୁରୁତ୍ୱପୂର୍ଣ୍ଣ।”
ସେପଟେ ପାର୍ବଣ ସମୟରେ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ଅପିଲ କରିଛନ୍ତି ଡିଏମଇଟି ସିବିକେ ମହାନ୍ତି। ଆଜି ରାଜ୍ୟରେ ୫୨୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ଦେଶରେ ଦିନକରେ ୧୪ ହଜାର ୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୧ ଜଣଙ୍କ ମୃତ୍ୟୁ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।