ରାଜ୍ୟରେ ୮,୦୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୦୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪,୫୬୮ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୩,୪୪୭ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୫ ଜଣ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ସୁନ୍ଦରଗଡ଼ ଜିଲ୍ଲା ରହିଛି। ଏହି ଜିଲ୍ଲାରୁ ୭୩୫ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୫୨୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୦, ବରଗଡ଼ରୁ ୩୯୦, ଭଦ୍ରକରୁ […]

corona

Jitendra Garnayak
  • Published: Sunday, 02 May 2021
  • , Updated: 02 May 2021, 12:30 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୦୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪,୫୬୮ ଜଣ କ୍ୱାରେଣ୍ଟାଇନରେ ଥିଲେ। ବାକି ୩,୪୪୭ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୫ ଜଣ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ସୁନ୍ଦରଗଡ଼ ଜିଲ୍ଲା ରହିଛି। ଏହି ଜିଲ୍ଲାରୁ ୭୩୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୫୨୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୦, ବରଗଡ଼ରୁ ୩୯୦, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୧୯୮, ବୌଦ୍ଧରୁ ୧୦୩, କଟକରୁ ୪୮୨, ଦେବଗଡ଼ରୁ ୧୦୧, ଢେଙ୍କାନାଳରୁ ୮୬, ଗଜପତିରୁ ୧୨୦, ଗଞ୍ଜାମରୁ ୧୬୯, ଜଗତସିଂହପୁରରୁ ୧୪୯, ଯାଜପୁରରୁ ୧୯୪, ଝାରସୁଗୁଡ଼ାରୁ ୩୮୬, କଳାହାଣ୍ଡିରୁ ୧୭୪, କନ୍ଧମାଳରୁ ୬୧, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୭୫, କୋରାପୁଟରୁ ୧୨୭ ଓ ମାଲକାନଗିରିରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜରୁ ୧୯୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩୨୦, ନୟାଗଡ଼ରୁ ୧୮୭, ନୂଆପଡ଼ାରୁ ୨୬୪, ପୁରୀରୁ ୩୦୬, ରାୟଗଡ଼ାରୁ ୧୫୪, ସମ୍ବଲପୁରରୁ ୪୪୧ ଓ ସୋନପୁରରୁ ୨୦୭ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨୩୬ ଜଣ ଚିହ୍ନଟ ହୋଇଛନ୍ତି।

୮,୦୧୫ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୯୧ ହଜାର ୦୪୮ ଜଣ ସୁସ୍ଥ ହୋଇସାରିଛନ୍ତି। ୬୯ ହଜାର ୪୫୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୧୪ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୬୮ରେ ପହଞ୍ଚିଯାଇଛି।

ସୂଚନାଯୋଗ୍ୟ, ଶନିବାର ଯେଉଁ ରିପୋର୍ଟ ଆସିଥିଲା ସେଥିରେ ରାଜ୍ୟରେ ୧୦,୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା।

Related story