Advertisment

ରାଜ୍ୟରେ ୨୪ ଘଣ୍ଟାରେ ୮୩୧୩ କରୋନା ଆକ୍ରାନ୍ତ ଚିହ୍ନଟ, ଆଉ ୩୫ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୭୪ ଜଣ ଥିବା ବେଳେ କଟକରୁ ୫୯୩, ମୟୂରଭଞ୍ଜରୁ ୫୩୨ ଓ ଅନୁଗୋଳ ଜିଲ୍ଲାରୁ ୫୦୫ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲାରୁ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଇମାମୀ ପେପର ମିଲ୍‌ରୁ ୧୦୧ କରୋନା ପଜିଟିଭ୍ ଚିହ୍ନଟ

corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୯୭୪ ଜଣ ଥିବା ବେଳେ କଟକରୁ ୫୯୩, ମୟୂରଭଞ୍ଜରୁ ୫୩୨ ଓ ଅନୁଗୋଳ ଜିଲ୍ଲାରୁ ୫୦୫ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୪୫୨ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୭୯, ଭଦ୍ରକରୁ ୧୧୭, ବଲାଙ୍ଗିରରୁ ୧୧୯, ବୌଦ୍ଧରୁ ୨୦୯, ଦେବଗଡ଼ରୁ ୫୫, ଢେଙ୍କାନାଳରୁ ୪୦୭, ଗଜପତିରୁ ୮୫, ଗଞ୍ଜାମରୁ ୧୨୯, ଜଗତସିଂହପୁରରୁ ୨୮୦, ଯାଜପୁରରୁ ୩୫୪, ଝାରସୁଗୁଡ଼ାରୁ ୧୧୧, କଳାହାଣ୍ଡିରୁ ୧୬୨, କନ୍ଧମାଳରୁ ୯୦, କେନ୍ଦ୍ରାପଡ଼ାରୁ ୩୩୧, କେନ୍ଦୁଝରରୁ ୧୮୦, କୋରାପୁଟରୁ ୧୯୮, ମାଲକାନଗିରିରୁ ୧୦୩, ନବରଙ୍ଗପୁରରୁ ୨୦୫, ନୟାଗଡ଼ରୁ ୨୮୩, ନୂଆପଡ଼ାରୁ ୫୩, ପୁରୀରୁ ୪୦୫, ରାୟଗଡ଼ାରୁ ୧୪୮, ସମ୍ବଲପୁରରୁ ୨୦୪, ସୋନପୁରରୁ ୧୨୩ ଓ ସୁନ୍ଦରଗଡ଼ରୁ ୪୬୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୬୨ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୮୩୧୩ ଜଣ ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୯୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୭୦ ହଜାର ୫୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୯୧ ହଜାର ୬୬୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୩୫ ଜଣଙ୍କ ଜୀବନ ଯିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।

Corona Cases In Odisha