ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ଆଜିଠୁ ଗଡ଼ିଲା ଆଉ ୮୪ଟି ନୂଆ୧୦୮ ଆମ୍ବୁଲାନ୍ସ । ନୂଆ ବର୍ଷରେ ରାଜ୍ୟବାସୀଙ୍କୁ ଏହି ନୂଆ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଏହାର ଉଦଘାଟନ କରିଛନ୍ତି । ନିଜସ୍ୱ ପାଣ୍ଠିରେ ରାଜ୍ୟ ସରକାର ସମସ୍ତ ଆମ୍ବୁଲାନ୍ସ କିଣିଛନ୍ତି ଏହି ୮୪ଟି ଆମ୍ବୁଲାନ୍ସ ରାଜ୍ୟର ୨୭ ଜିଲ୍ଲାରେ ଗଡ଼ିବ । ବାଲେଶ୍ୱର ଜିଲ୍ଲାକୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯିବ। ଏବେ ରାଜ୍ୟରେ ମୋଟ ୫୧୮ଟି ୧୦୮ ଆମ୍ବୁଲାନ୍ସ, ୫୦୦ଟି ଜନନୀ ଏକ୍ସପ୍ରେସ ଚାଲୁଛି । ୨୦୧୩ ମସିହାରୁ ରାଜ୍ୟବାସୀଙ୍କୁ ଏହି ଜରୁରୀ କାଳୀନ ସେବା ଯୋଗାଉଛନ୍ତି ସରକାର। ମାଲକାନଗିରି ବିଛିନ୍ନାଞ୍ଚଳରେ ୬ ଟି 108 ବୋଟ ଆମ୍ବୁଲାନ୍ସ ମଧ୍ୟ ଚାଲୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।