Advertisment

ପଞ୍ଚାୟତ ନିର୍ବାଚନ: ୮୬୪୮ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଖାରଜ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଞ୍ଚାୟତ ନିର୍ବାଚନ ପାଇଁ ଦାଖଲ ହୋଇଥିବା ୨ ଲକ୍ଷ ୨୦ ହଜାର ୪୧୪ ଜଣଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ପ୍ରାର୍ଥୀପତ୍ର ଯାଞ୍ଚବେଳେ ମାତ୍ର ୮ହଜାର ୬ଶହ ୪୮ ଜଣଙ୍କ ନାମାଙ୍କନ ପତ୍ର କଟିଯାଇଛି। ତାମଧ୍ୟରୁ ସରପଞ୍ଚ ପଦବୀ ପାଇଁ ୩୨ ହଜାର ୮୬୦ ଜଣଙ୍କ ପ୍ରାର୍ଥୀପତ୍ର କାଏମ୍ ରହିଥିବାବେଳେ ୱାର୍ଡ ସଭ୍ୟ ପଦବୀ ପାଇଁ ୧ ଲକ୍ଷ ୫୬ ହଜାର ୭୫୩ ଜଣଙ୍କ ନାମାଙ୍କନ ପତ୍ର କାଏ ରହିଛି। ସେହିପରି ୨୭ ହଜାର […]

author-image
Ranjit Kumar Jena
ଅଦ୍ୟତନ ହୋଇଛି
୧୨ରେ ଜିଲ୍ଲାପାଳ ଓ ଏସପିଙ୍କ ବୈଠକ ଡାକିଲେ ନିର୍ବାଚନ କମିଶନର

panchayat-election

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଞ୍ଚାୟତ ନିର୍ବାଚନ ପାଇଁ ଦାଖଲ ହୋଇଥିବା ୨ ଲକ୍ଷ ୨୦ ହଜାର ୪୧୪ ଜଣଙ୍କ ପ୍ରାର୍ଥିପତ୍ର କାଏମ୍ ରହିଛି। ପ୍ରାର୍ଥୀପତ୍ର ଯାଞ୍ଚବେଳେ ମାତ୍ର ୮ହଜାର ୬ଶହ ୪୮ ଜଣଙ୍କ ନାମାଙ୍କନ ପତ୍ର କଟିଯାଇଛି। ତାମଧ୍ୟରୁ ସରପଞ୍ଚ ପଦବୀ ପାଇଁ ୩୨ ହଜାର ୮୬୦ ଜଣଙ୍କ ପ୍ରାର୍ଥୀପତ୍ର କାଏମ୍ ରହିଥିବାବେଳେ ୱାର୍ଡ ସଭ୍ୟ ପଦବୀ ପାଇଁ ୧ ଲକ୍ଷ ୫୬ ହଜାର ୭୫୩ ଜଣଙ୍କ ନାମାଙ୍କନ ପତ୍ର କାଏ ରହିଛି।

Advertisment

ସେହିପରି ୨୭ ହଜାର ୩୪ ଜଣ ପଞ୍ଚାୟତ ସମିତି ସଦସ୍ୟ ପଦବୀ ପାଇଁ ଏବଂ ଜିଲ୍ଲା ପରିଷଦ ପଦବୀ ପାଇଁ ୩ ହଜାର ୭ଶହ ୬୭ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର କାଏମ୍ ରହିଛ। ଅନ୍ୟପକ୍ଷରେ ନାକଚ ହୋଇଥିବା ୮୬୪୮ ପ୍ରାର୍ଥୀପତ୍ର ମଧ୍ୟରୁ ୧୭୫୩ ସରପଞ୍ଚ, ୧୧୧୯ ସମିତି ସଦସ୍ୟ ଏବଂ ୨୩୨ ଜିଲ୍ଲା ପରିଷଦ ପ୍ରାର୍ଥିପତ୍ର ରହିଛି।

ତେବେ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ରହିଛି। ସେହି ୨୫ ତାରିଖରେ ହିଁ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା। ଅର୍ଥାତ ସେହିଦିନ ହିଁ ସ୍ପଷ୍ଟ ହେବ, ରଣାଙ୍ଗନରେ କେତେ ପ୍ରାର୍ଥୀ ଓ ପ୍ରାର୍ଥିନୀ ରହିଲେ।

Advertisment

ଆସନ୍ତା ଫେବୃଆରୀ ୧୬ରୁ ସମଗ୍ର ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ। ରାଜ୍ୟରେ ୫ଟି ପର୍ଯ୍ୟାୟ ନିର୍ବାଚନ ଫେବୃଆରୀ ୧୬, ୧୮,୨୦,୨୨ ଓ ୨୪ ତାରିଖରେ ହେବ। ସେହିପରି ଫେବୃଆରୀ ୨୬, ୨୭ ଓ ୨୮ତାରିଖରେ ଭୋଟଗଣତି ସମସ୍ତ ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପରିଷଦ ଜୋନୱାରି ହେବ। ଭୋଟଗଣତି ସମାପ୍ତ ସହ ଫେବୃଆରୀ ୨୮ତାରିଖରେ ହିଁ ଆଦର୍ଶ ଆଚରଣ ବିଧି ପ୍ରତ୍ୟାହାର ହେବ।

ସୂଚନାଯୋଗ୍ୟ, ଚଳିତଥର ତ୍ରିସ୍ତରୀୟ ପଂଚାୟତରେ ମୋଟ ୯୧୯୧୩ଜଣ ୱାର୍ଡମେମ୍ବର, ୬୭୯୪ଜଣ ସରପଂଚ, ୬୭୯୩ଜଣ ପଂଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୫ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ।

Odisha Panchayat Election 2022